32.1 C
Bhubaneswar
Thursday, March 28, 2024
Homeଓଡିଶାଭୁବନେଶ୍ୱରରୁ ପୁଣି ବାହାରିଲେ ୨୩୩ ପଜିଟିଭ୍

ଭୁବନେଶ୍ୱରରୁ ପୁଣି ବାହାରିଲେ ୨୩୩ ପଜିଟିଭ୍

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଏବେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ଭୁବନେଶ୍ୱରରୁ ୨୩୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୫୧ ଓ ସ୍ଥାନୀୟ ଅଞ୍ଚଳରୁ ୧୮୨ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୩୧୩ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୭ ହଜାର ୨୨୮ କୁ ବୃଦ୍ଧି ପାଇଛି । ମୋଟ ୨୭ ହଜାର ୨୨୮ ପଜିଟିଭ ମଧ୍ୟରୁ ୧୩୭ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୨୪ ହଜାର ୧୪୩ ଜଣ ସୁସ୍ଥ ଓ ୨,୯୨୭ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking