39.1 C
Bhubaneswar
Friday, April 26, 2024
Homeଓଡିଶାରାଜ୍ୟରେ ସୁସ୍ଥ ହେଲେ ସର୍ବାଧିକ ୨୩୭ କରୋନା ଆକ୍ରାନ୍ତ

ରାଜ୍ୟରେ ସୁସ୍ଥ ହେଲେ ସର୍ବାଧିକ ୨୩୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟ ପାଇଁ ଅତ୍ୟନ୍ତ ଏକ ଖୁସି ଓ ଆଶ୍ୱସ୍ତିର ଖବର । ଆଜି ରାଜ୍ୟରେ ରେକର୍ଡ ସଂଖ୍ୟକ ୨୩୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସୁସ୍ଥଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ସର୍ବାଧିକ ୭୦ ଜଣ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୫୪ ଜଣ, ଜଗତସିଂହପୁରରୁ ୨୦, କନ୍ଧମାଳରୁ ୧୯, ଗଂଜାମରୁ ୧୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅନ୍ୟପଟେ ଭଦ୍ରକ, ମୟୁରଭଂଜରୁ ୯ ଜଣ ଲେଖାଏଁ ସୁସ୍ଥ ହୋଇଥିବା ବେଳେ କେନ୍ଦୁଝରରୁ ୮, ଢେଙ୍କାନାଳ ଓ ପୁରୀରୁ ୭ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ସେହିଭଳି କେନ୍ଦ୍ରାପଡା ଓ ନୟାଗଡରୁ ୪ ଜଣ ଲେଖାଏଁ ସୁସ୍ଥ ହୋଇଥିବା ବେଳେ କଳାହାଣ୍ଡି, ମାଲକାନଗିରି ଓ ସମ୍ବଲପୁରରୁ ୨ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି । ବୌଦ୍ଧ, ସୁନ୍ଦରଗଡ ଓ ଝାରସୁଗୁଡାରୁ ଜଣେ ଲେଖାଏଁ ସୁସ୍ଥ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ ୩୫୩୪ ଜଣ କରୋନା ରୋଗୀ ସୁସ୍ଥ ହୋଇ ଘରକୁ ଫେରିଲେଣି । ତେବେ କୋଭିଡ ଯୋଦ୍ଧା ସାଜି ରୋଗୀଙ୍କର ସେବା କରୁଥିବା ଡାକ୍ତର, ନର୍ସ ଓ ସ୍ୱାସ୍ଥ୍ୟ କର୍ମୀଙ୍କୁ ଏହାର ସମସ୍ତ ଶ୍ରେୟ ପ୍ରଦାନ କରାଯାଇଛି ।

ତେବେ ସୂଚନା ଯୋଗ୍ୟ ଯେ ଆଜି ରାଜ୍ୟରେ  ଆଉ ୧୭୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ୧୭୯ଜଣଙ୍କ ମଧ୍ୟରୁ ୧୫୦ଜଣ କ୍ୱାରେଣ୍ଟାଇନ୍ କେନ୍ଦ୍ରରୁ ଚିହ୍ନଟ ହୋଇଥିବାେବେଳ ଅନ୍ୟ ୨୯ଜଣ ସ୍ଥାନୀୟ ମାମଲା ବୋଲି ଜଣାପଡ଼ିଛି ।  ଆଜି ୧୫ଟି ଜିଲ୍ଲାରୁ ୧୭୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ସର୍ବାଧିକ ଗଞ୍ଜାମ ଜିଲ୍ଲାରୁ ୫୭ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୨୭, କେନ୍ଦୁଝର ୧୮, କଟକ ୧୫, ମୟୁରଭଞ୍ଜ ୧୦, ଅନୁଗୁଳ ୬, ଜଗତସିଂହପୁର ୪, ଭଦ୍ରକ, ରାୟଗଡ଼ା ଓ କେନ୍ଦ୍ରାପଡ଼ାରୁ ୫ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଯାଜପୁରରୁ ୩ଜଣ,ବରଗଡ଼ ଓ ମାଲକାନଗିରିରୁ ୨ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି । ନବରଙ୍ଗପୁର ଓ ଦେବଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking