33.1 C
Bhubaneswar
Saturday, April 27, 2024
Homeକରୋନାଭାରତରେ କରୋନା ନେଲା ୨୩୯ ଜୀବନ

ଭାରତରେ କରୋନା ନେଲା ୨୩୯ ଜୀବନ

ନୂଆଦିଲ୍ଲୀ : ମହାମାରୀ କରୋନା ଭାଇରସ୍ ଜନିତ ଆକ୍ରାନ୍ତଙ୍କ ସଂଖ୍ୟା କ୍ରମାଗତ ବଢ଼ିବାରେ ଲାଗିଛି। ଇତି ମଧ୍ୟରେ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୩୯ରେ ପହଞ୍ଚି ଯାଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଆକ୍ରାନ୍ତଙ୍କ ସଂଖ୍ୟା୭୪୪୭ ରହିଛି। ୬୪୨ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ମୃତବ୍ୟକ୍ତିମାନଙ୍କ ମଧ୍ୟରେ ଅଛନ୍ତି ଆନ୍ଧ୍ରପ୍ରଦେଶରେ ୬ ଜଣ, ଆସାମରେ ୧ଜଣ, ବିହାରରେ ୧ଜଣ, ଦିଲ୍ଲୀରେ ୧୩ ଜଣ, ଗୁଜରାଟରେ ୧୯ ଜଣ, ହରିୟାଣାରେ ୩ ଜଣ, ହିମାଚଳ ପ୍ରଦେଶରେ ୧ଜଣ, ଜମ୍ମୁ ଓ କଶ୍ମୀରରେ ୪ ଜଣ, ଝାଡ଼ଖଣ୍ଡରେ ୧ଜଣ କର୍ଣ୍ଣାଟକରେ ୬ ଜଣ, କେରଳରେ ୨ଜଣ, ମଧ୍ୟପ୍ରଦେଶରେ ୩୩ ଜଣ, ମହାରାଷ୍ଟ୍ରରେ ୧୧୦ ଜଣ, ଓଡ଼ିଶାରେ ୧ଜଣ, ପଞ୍ଜାବରେ ୧୧ ଜଣ, ରାଜସ୍ଥାନରେ ୩ ଜଣ, ତାମିଲନାଡୁରେ ୮ ଜଣ, ତେଲେଙ୍ଗାନାରେ ୭ ଜଣ, ଉତ୍ତରପ୍ରଦେଶରେ ୪ ଜଣ ଏବଂ ପଶ୍ଚମବଙ୍ଗରେ ୫ ଜଣ । କୋଭିଡ-୧୯ ଟ୍ରାକର ତଥ୍ୟ ଅନୁସାରେ, ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୭୬୦୦ ଦର୍ଶାଯାଇଛି। ସେମାନଙ୍କ ମଧ୍ୟରୁ ୬,୫୭୭ ଏବେ ଚିକିତ୍ସାଧୀନ ଥିବାବେଳେ ୨୪୯ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ୭୭୪ ଜଣ ଚିକିତ୍ସା ପରେ ସୁସ୍ଥ ହୋଇଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking