ଭୁବନେଶ୍ୱର: ବନ୍ୟା ପରିଚାଳନାକୁ ନେଇ ରାଜସ୍ୱ ମନ୍ତ୍ରୀଙ୍କ ପ୍ରେସମିଟ । ଗଞ୍ଜାମ ବନ୍ୟାପାଇଁ ୨୪ ବର୍ଷର ବିଫଳତାକୁ ଦାୟୀ କଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ଗଞ୍ଜାମ ବନ୍ୟା ପାଇଁ ୨୪ ବର୍ଷର ବିଫଳତାକୁ ଦାୟୀ କଲେ ରାଜସ୍ୱ ମନ୍ତ୍ରୀ । ଗଞ୍ଜାମର ବିଭିନ୍ନ ନଦୀ ଓ ଡ୍ୟାମରେ ଜଳ ପରିଚାଳନାକୁ ନେଇ ଟାର୍ଗେଟ କଲେ । ବିଭିନ୍ନ ନଦୀରେ ଜଳ ଛାଡିବା ବ୍ୟବସ୍ଥାକୁ ଅଟୋମେଟିକ ରଖାଯାଇଥିଲା । ମାତ୍ରାଧିକ ବର୍ଷା କାରଣରୁ ଅଚାନକ ବନ୍ୟା ସ୍ଥିତି ସୃଷ୍ଟି ହୋଇଥିଲା । ଆଇଏମଡି ପକ୍ଷରୁ ଆକଳନ ଅନୁସାରେ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା କରାଯାଇଥିଲା । ତେବେ ଆକଳନ ଠାରୁ ଅଧିକ ଅଧିକ ବର୍ଷା ହେବାରୁ ସ୍ଥିତି ବିଗିଡିଲା । ୨୮,୨୯, ୩୦ରେ ପ୍ରବଳ ବର୍ଷା ହେବାରୁ ସୃଷ୍ଟି ହୋଇଥିଲା ବନ୍ୟା ସ୍ଥିତି । ଗଞ୍ଜାମରେ ୩ ଦିନରେ ୩୩୭.୬ ମିଲିମିଟର ବର୍ଷା ହୋଇଥିଲା । ଏହି ସମୟରେ ପାତ୍ରପୁରରେ ୮୦୮.୪ ମିମି ବର୍ଷା ରେକର୍ଡ ହୋଇଛି । ଗୋଟିଏ ଦିନରେ ପାତ୍ରପୁରରେ ୫୪୬ ମିଲିମିଟର ବର୍ଷା ରେକର୍ଡ ହୋଇଛି । ବନ୍ୟା ସ୍ଥିତିର ମୁକାବିଲା ପାଇଁ ୮ ମନ୍ତ୍ରୀଙ୍କୁ ଦାୟିତ୍ୱ ଦିଆଯାଇଥିଲା । ଆଗାମୀ ଦିନରେ ବନ୍ୟା ସ୍ଥିତିର ମୁକାବିଲା ପାଇଁ ବିଭିନ୍ନ ଆଇଆଇଟି ସହ ଆଲୋଚନା ମଧ୍ୟ ହୋଇଥିଲା । ୨୪ ବର୍ଷର ସରକାର ନିଜ ବିଫଳତା ଲୁଚାଇବାକୁ ଆମକୁ ଦୋଷ ଦେଉଛନ୍ତି ବୋଲି ରାଜସ୍ୱ ମନ୍ତ୍ରୀ କହିଛନ୍ତି । ଏଥିସହ ଆସନ୍ତା ବିଧାନସଭାରେ ବିରୋଧୀ ତଥ୍ୟ ସହ ଉତ୍ତର ଦେବାକୁ ଅନୁରୋଧ କରିଛନ୍ତି ମନ୍ତ୍ରୀ । ତିତିଲି ସମୟରେ ୭୨ ଓ ଫନି ସମୟରେ ୬୫ ଜଣଙ୍କ ମୃତ୍ୟୁ ହୋଇଥିଲା । ଆମ ସରକାରରେ ଜିରୋ କାଜୁଆଲିଟିକୁ ଆମେ ପ୍ରାଥମିକତା ଦେଉଛୁ । ମାତ୍ର ପାହାଡରୁ ପଥର ଖସିବାର କୌଣସି ପୂର୍ବାନୁମାନ ନଥାଏ ବୋଲି ମନ୍ତ୍ରୀ ପ୍ରେସମିଟରେ କହିଛନ୍ତି ।










