କମୁଛି ସଂକ୍ରମଣ ; ଆଜି ୨୪୨୩ ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ଧିରେ ଧିରେ କରୋନା ସଂକ୍ରମଣ କମିବାରେ ଲାଗିଛିି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୨୪୨୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୪୧୭ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୦୦୬ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୫୪୮,୬୬୨କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୩୫୯, ଅନୁଗୁଳୁରୁ ୨୨୯, ସୁନ୍ଦରଗଡରୁ ୧୯୫, ମୟୂରଭଞ୍ଜରୁ ୧୨୮, କଟକରୁ ୧୧୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here