32.1 C
Bhubaneswar
Tuesday, May 20, 2025
Homeଓଡିଶାଶିଖରଚଣ୍ଡୀ ସୌନ୍ଦର୍ଯ୍ୟକରଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ, ଖର୍ଚ୍ଚ ହେବ ୨୫କୋଟି

ଶିଖରଚଣ୍ଡୀ ସୌନ୍ଦର୍ଯ୍ୟକରଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ, ଖର୍ଚ୍ଚ ହେବ ୨୫କୋଟି

ଭୁବନେଶ୍ୱର: ବଦଳିବ ରୂପରେଖ, ସୁନ୍ଦର ହେବ ଶିଖରଚଣ୍ଡୀ। ଭୁବନେଶ୍ବର ଉପକଣ୍ଠ  ଶିଖରଚଣ୍ଡୀ ପାହାଡର ସୌନ୍ଦର୍ଯ୍ୟକରଣ କାମର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି । କାର୍ଯ୍ୟକ୍ରମରେ ପର୍ଯ୍ୟଟନ ଓ ସଂସ୍କୃତି ମନ୍ତ୍ରୀ ଅଶ୍ବିନୀ ପାତ୍ର, ବିଧାୟକ ସୁଶାନ୍ତ ରାଉତ, ମେୟର ସୁଲୋଚନା ଦାସ ପ୍ରମୁଖ ସାମିଲ ହୋଇଛନ୍ତି । ପୂର୍ବରୁ ଶିଖରଚଣ୍ଡୀ ମନ୍ଦିର ଉନ୍ନୟନ ମାଷ୍ଟରପ୍ଲାନକୁ ମୁଖ୍ୟମନ୍ତ୍ରୀ  ଅନୁମୋଦନ କରିଥିଲେ। ଶିଖରଚଣ୍ଡୀ ମନ୍ଦିରର ସୌନ୍ଦର୍ଯ୍ୟକରଣ ପାଇଁ ୨୫ କୋଟି ଟଙ୍କା ଖର୍ଚ୍ଚ ହେବ। ମନ୍ଦିର ଓ ଏହାର ପାରିପାର୍ଶ୍ବିକ ଅଞ୍ଚଳର ଉନ୍ନତି କରି ଏହାକୁ ଭୁବନେଶ୍ବରର ଅନ୍ୟତମ ଆକର୍ଷଣ କେନ୍ଦ୍ର କରାଯିବ । ୫୩.୬୪ ଏକର ଅଞ୍ଚଳରେ ଏହି ଉନ୍ନତିକରଣ କରାଯିବ।

କିଛି ଦିନ ତଳେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ 5T ସଚିବ ଭି.କେ ପାଣ୍ଡିଆନ ଶିଖରଚଣ୍ଡୀ ମନ୍ଦିର ପରିଦର୍ଶନ କରି ଏହାର ବିକାଶ ପାଇଁ ମାଷ୍ଟରପ୍ଲାନ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ମାଷ୍ଟରପ୍ଲାନ ଅନୁଯାୟୀ ସମୁଦାୟ ଅଞ୍ଚଳକୁ ୪ଟି ଜୋନରେ ବିଭକ୍ତ କରାଯାଇଛି। ଜୋନ୍-୧ରେ ପାର୍କିଂ, ସାଧାରଣ ଲୋକଙ୍କ କ୍ରୀଡ଼ା ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ପାଇଁ ସ୍ଥାନର ଉନ୍ନତିକରଣ କରାଯିବ। ଜୋନ୍-୨ରେ ଭିୟୁ ପଏଣ୍ଟ ଓ ଟ୍ରାକିଂ ରୁଟ ରହିବ। ଜୋନ-୩ ଓ ୪ରେ ମନୋରଞ୍ଜନ କାର୍ଯ୍ୟ ପାଇଁ ଭିତ୍ତିଭୂମି, କମ୍ୟୁନିଟି ସେଣ୍ଟର, ମୁଖ୍ୟ ମନ୍ଦିରର ଉନ୍ନତିକରଣ, ଦୋକାନ ଗୃହ ଓ ଅନ୍ୟାନ୍ୟ ସୁବିଧା କରାଯିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking