30.1 C
Bhubaneswar
Tuesday, February 3, 2026
Homeଦେଶ ବିଦେଶଗୋଆ ବିସ୍ଫୋରଣରେ ୨୫ ମୃତ : ଶୋକ ପ୍ରକାଶ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ଗୋଆ ବିସ୍ଫୋରଣରେ ୨୫ ମୃତ : ଶୋକ ପ୍ରକାଶ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ଗୋଆ: ଆର୍‌ପୋରାର ନାଇଟ୍ କ୍ଲବ୍‌ରେ ଭୟଙ୍କର ବିସ୍ଫୋରଣ ଘଟିଛି। ଗ୍ୟାସ୍‌ ସିଲିଣ୍ଡର ଫାଟି ଯିବାରୁ ୨୫ ଜଣ ଜୀବନ୍ତ ଦଗ୍ଧ ହୋଇଥିବାବେଳେ ଏକାଧିକ ଆହତ ହୋଇଥିବା ସୂଚନା ମିଳିଛି। ଆହତଙ୍କ ମଧ୍ୟରେ ୩ ଜଣ ରୋଷେୟା, ୪ ଜଣ ପର୍ଯ୍ୟଟକ ଥିବା ନେଇ ଗୋଆ ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି। ଅଧିକାରୀଙ୍କ କହିବା ଅନୁଯାୟୀ, ଗତକାଲି ମଧ୍ୟରାତ୍ରିରେ ଉତ୍ତର ଗୋଆର ବିର୍ଚ ବାଇ ରୋମିଓ ଲେନ୍ ନାଇଟ୍ କ୍ଲବ୍‌ରେ ଅଗ୍ନିକାଣ୍ଡ ଘଟିଥିବା ଖବର ମିଳିଥିଲା। ଏହାପରେ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ପ୍ରାୟ ଦୁଇ ଘଣ୍ଟାର ପ୍ରୟାସ ପରେ ନିଆଁକୁ ଆୟତ୍ତ କରିଥିଲେ। ମୃତକଙ୍କ ମଧ୍ୟରେ ଅନେକ ଲୋକ କ୍ଲବର କର୍ମଚାରୀ ହୋଇଥିବା ଆଶଙ୍କା କରାଯାଉଛି।

ତେବେ ଏହି ଘଟଣାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ପ୍ରକାଶ କରିଛନ୍ତି।  ମୃତକଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ପ୍ରଧାନମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଓ ଆହତଙ୍କୁ ୫୦ ହଜାର ଲେଖାଏଁ ସହାୟତା ରାଶି ଘୋଷଣା ହୋଇଛି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏକ୍ସ ରେ କହିଛନ୍ତି, “ଉତ୍ତର ଗୋଆ ଜିଲ୍ଲାରେ ଘଟିଥିବା ଏହି ଦୁଃଖଦ ଅଗ୍ନିକାଣ୍ଡ ଘଟଣାରେ ମୁଁ ଗଭୀର ଦୁଃଖିତ, ଯାହା ଅନେକ ମୂଲ୍ୟବାନ ଜୀବନ ନେଇଛି। ଶୋକସନ୍ତପ୍ତ ପରିବାର ପ୍ରତି ମୋର ଗଭୀର ସମବେଦନା। ଏହି କଷ୍ଟକର ସମୟରେ ସେମାନେ ସାହସ ପାଆନ୍ତୁ। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ମୁଁ ପ୍ରାର୍ଥନା କରୁଛି।”

ଅନ୍ୟପଟେ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, “ଗୋଆର ଆରପୋରାରେ ଘଟିଥିବା ଅଗ୍ନିକାଣ୍ଡ ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ସମବେଦନା। ଆହତମାନଙ୍କର ଶୀଘ୍ର ଆରୋଗ୍ୟ କାମନା କରୁଛି। ମୁଁ ପରିସ୍ଥିତି ବିଷୟରେ ଗୋଆର ମୁଖ୍ୟମନ୍ତ୍ରୀ ଡକ୍ଟର ପ୍ରମୋଦ ସାୱନ୍ତ ଜୀଙ୍କ ସହ କଥା ହୋଇଛି। ରାଜ୍ୟ ସରକାର ପ୍ରଭାବିତ ଲୋକଙ୍କୁ ସମସ୍ତ ପ୍ରକାରର ସହାୟତା ଯୋଗାଇ ଦେଉଛନ୍ତି।”

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking