39.1 C
Bhubaneswar
Tuesday, April 23, 2024
Homeଓଡିଶାଓଡ଼ିଶାରେ ସର୍ବାଧିକ ୨୭ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଓଡ଼ିଶାରେ ସର୍ବାଧିକ ୨୭ ଆକ୍ରାନ୍ତଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ସହ ମୃତ୍ୟୁସଂଖ୍ୟା ବି ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ସର୍ବାଧିକ ୨୭ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୨୪୩୦ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, କୋରାପୁଟ ଜିଲ୍ଲାରୁ ସର୍ବାଧିକ ୪ ଜଣ ଲେଖାଏଁ ରହିଥିବା ବେଳେ ନୂଆପଡା, ରାୟଗଡା ଓ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ, କଳାହାଣ୍ଡିରୁ ୨ ଜଣ, ବରଗଡ, ବଲାଙ୍ଗୀର, ବୌଦ୍ଧ, ଗଜପତି, ଝାରସୁଗୁଡା, ନବରଙ୍ଗପୁର, ପୁରୀ ଓ ସୋନପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ତେବେ ରାଜ୍ୟରେ ୧୨ ହଜାର ୫୨୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୭ ହଜାର ୦୧୨ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୫ ହଜାର ୫୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬,୬୮,୪୨୨କୁ ବୃଦ୍ଧି ପାଇଛି । ବର୍ତ୍ତମାନ ରାଜ୍ୟରେ ଆକ୍ଟିଭ କେସ ୧,୦୯,୪୩୮ ଥିବା ବେଳେ ୫,୫୬,୫୦୧ ଜଣ ସୁସ୍ଥ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking