34.1 C
Bhubaneswar
Friday, March 29, 2024
Homeକରୋନାଭୁବନେଶ୍ୱରେ ଗୋଟିଏ ଦିନରେ ପୁଣି ବାହାରିଲେ ୨୭୧ ପଜିଟିଭ୍

ଭୁବନେଶ୍ୱରେ ଗୋଟିଏ ଦିନରେ ପୁଣି ବାହାରିଲେ ୨୭୧ ପଜିଟିଭ୍

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୨୭୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୬୮ଓ ସ୍ଥାନୀୟ ଅଞ୍ଚଳରୁ ୨୦୩ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୩୧୩ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୫ ହଜାର ୭୩୫ କୁ ବୃଦ୍ଧି ପାଇଛି । ସେହିପରି ସମସ୍ତ ୬୮ଟି ଯାକ କ୍ବାରାଣ୍ଟାଇନ ମାମଲା ପୂର୍ବର ପଜିଟିଭ ମାମଲା ସହ ସମ୍ପର୍କିତ ।

ଆଜିର ୨୭୧ଟି ନୂଆ ମାମଲାକୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତ ସଂଖ୍ୟା ୨୫,୭୩୫ ଛୁଇଁଛି । ଏହା ମଧ୍ୟରୁ ସକ୍ରିୟ ଆକ୍ରାନ୍ତ ସଂଖ୍ୟା ୩,୩୮୫ ରହିଛି । ସେହିପରି ସୋମବାରଦିନ ଭୁବନେଶ୍ୱରରେ ୩୧୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ଦୁଇଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହା ସହିତ ଭୁବନେଶ୍ବରରେ ମୋଟ ସୁସ୍ଥସଂଖ୍ୟା ୨୨,୨୧୦ ରେ ପହଞ୍ଚିଥିବାବେଳେ ମୃତ୍ୟୁସଂଖ୍ୟା ୧୧୯ ଛୁଇଁଛି ବୋଲି ବିଏମସି ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking