27.1 C
Bhubaneswar
Monday, July 14, 2025
Homeଓଡିଶାନିଯୁକ୍ତିପତ୍ର ପାଇବେ ୨୭୬୭ ଜଣ ଅଧ୍ୟକ୍ଷ, ଶିକ୍ଷକ-ଶିକ୍ଷୟିତ୍ରୀ, କନିଷ୍ଠ ସହାୟକ ଓ ସମୀକ୍ଷକ

ନିଯୁକ୍ତିପତ୍ର ପାଇବେ ୨୭୬୭ ଜଣ ଅଧ୍ୟକ୍ଷ, ଶିକ୍ଷକ-ଶିକ୍ଷୟିତ୍ରୀ, କନିଷ୍ଠ ସହାୟକ ଓ ସମୀକ୍ଷକ

ଭୁବନେଶ୍ବର:  ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରି ରାଜ୍ୟରେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ହେଉଛି ଆମ ରାଜ୍ୟ ସରକାରଙ୍କ ପ୍ରାଥମିକତା । ଏହିକ୍ରମରେ ଭୁବନେଶ୍ବର ୟୁନିଟ-୩ ସ୍ଥିତ କ୍ୟାପିଟାଲ୍ ହାଇସ୍କୁଲ ପଡ଼ିଆଠାରେ ଆସନ୍ତାକାଲି ଆୟୋଜିତ ହେବ ନିଯୁକ୍ତି ମେଳା । ଏହି ନିଯୁକ୍ତି ମେଳା ମାଧ୍ୟମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ମୋଟ୍ ୨୭୬୭ ଜଣଙ୍କୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ନିଯୁକ୍ତିପତ୍ର ପ୍ରଦାନ କରିବେ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଓ ଓଡ଼ିଶା ମାଇନିଂ ଆଦର୍ଶ ବିଦ୍ୟାଳୟ ନିମନ୍ତେ ୮୯୪ ଜଣ ଅଧ୍ୟକ୍ଷ ଏବଂ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରାଯିବାକୁ ଥିବା ବେଳେ ପୂର୍ଣ୍ଣ ଅନୁଦାନପ୍ରାପ୍ତ ବେସରକାରୀ ଉଚ୍ଚ ବିଦ୍ୟାଳୟର ୧୭୯୮ ଜଣ ଶିକ୍ଷକ-ଶିକ୍ଷୟିତ୍ରୀ, ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ୨୮ ଜଣ କନିଷ୍ଠ ସହାୟକ, ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ୨୭ ଜଣ କନିଷ୍ଠ ସହାୟକ, ମାଧ୍ୟମିକ ଶିକ୍ଷା ପରିଷଦର ୧୮ ଜଣ କନିଷ୍ଠ ସହାୟକ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟର ଅଧିନରେ ୨ ଜଣ ସମୀକ୍ଷକଙ୍କୁ ଏହି ଅବସରରେ ନିଯୁକ୍ତିପତ୍ର ପ୍ରଦାନ କରିବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking