ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୨୮୪୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୨,୪୪,୨୨୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୪୩୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।