22.1 C
Bhubaneswar
Wednesday, January 29, 2025
Homeକରୋନାଆଜି ଦେଶରେ ୨୮୮ ନୂଆ କୋଭିଡ୍‌-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୪

ଆଜି ଦେଶରେ ୨୮୮ ନୂଆ କୋଭିଡ୍‌-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୪

ନୂଆଦିଲ୍ଲୀ: ଆଜି ମଧ୍ୟ ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସାମାନ୍ୟ ବୃଦ୍ଧି ପାଇ ୨୮୦ରୁ ଅଧିକ ହୋଇ ଯାଇଥିବା ବ‌େଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨.୫ ହଜାରରୁ ସାମାନ୍ୟ ଅଧିକ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୮୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨୮୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୭୯,୫୪୭ରେ ପହଞ୍ଚିଛି। ସେହିପରି, ବିହାର ଓ ଉତ୍ତରାଖଣ୍ଡରେ ଗୋଟିଏ ଲେଖାଁଏ ମୃତ୍ୟୁ ରେକର୍ଡ କରାଯିବା ଓ ପିଛିଲା ଭାବେ କେରଳ ୨ଜଣଙ୍କ ମୃତ୍ୟୁ ସାମିଲ କରିବାରୁ ଗତ ୨୪ ଘଣ୍ଟାରେ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୭୧୪ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୪୬,୩୩୦। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି। ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨,୫୦୩ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୧୨,୮୦,୨୧୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୯୯,୭୩୧ଟି ନମୁନା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking