25.1 C
Bhubaneswar
Thursday, May 9, 2024
Homeଓଡିଶାରାଜ୍ୟରେ କରୋନା ନେଲା ମହିଳାଙ୍କ ଜୀବନ

ରାଜ୍ୟରେ କରୋନା ନେଲା ମହିଳାଙ୍କ ଜୀବନ

ଭୁବନେଶ୍ୱର: ରାଜ୍ୟରେ କରୋନାରେ ଆଜି ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ଖୋର୍ଦ୍ଧା ଜିଲ୍ଲାର ଜଣେ ୨୯ ବର୍ଷୀୟ ମହିଳାଙ୍କ ମୃତ୍ୟୁ ହୋଇଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୯୨୨କୁ ବୃଦ୍ଧି ପାଇଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୭୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୮୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରେଣ୍ଟିନରେ ୨୭୮ ଜଣ ଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍‌ ୧୯୩ ରହିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୪୨,୬୯୫ରେ ପହଞ୍ଚିଛି। ଆକ୍ଟିଭ୍‌ କେସ୍-୩,୦୮୫ ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking