14.1 C
Bhubaneswar
Monday, December 8, 2025
Homeଓଡିଶାବିଭିନ୍ନ ଶ୍ରମ ଆଇନ ଉପରେ ସହକାରୀ ଶ୍ରମ ଅଧିକାରୀଙ୍କୁ ୩ ଦିନିଆ ତାଲିମ କାର୍ଯକ୍ରମ ଉଦ୍ଘାଟିତ

ବିଭିନ୍ନ ଶ୍ରମ ଆଇନ ଉପରେ ସହକାରୀ ଶ୍ରମ ଅଧିକାରୀଙ୍କୁ ୩ ଦିନିଆ ତାଲିମ କାର୍ଯକ୍ରମ ଉଦ୍ଘାଟିତ

ଭୁବନେଶ୍ୱର : ଶ୍ରମ ବିଭାଗ, ଓଡ଼ିଶା ଦ୍ୱାରା ବିଭିନ୍ନ ଶ୍ରମ ଆଇନ ଉପରେ ସହକାରୀ ଶ୍ରମ ଅଧିକାରୀ ମାନଙ୍କୁ ଏକ ୩ ଦିନିଆ ତାଲିମ କାର୍ଯକ୍ରମ ର।ଜ୍ୟ ଶ୍ରମ ସଂସ୍ଥାନର ସମ୍ମିଳନୀ କକ୍ଷରେ ଉଦ୍ଘାଟିତ ହୋଇଯାଇଛି।ଏହି ତାଲିମ କାର୍ଯକ୍ରମକୁ ଶ୍ରମ ଆୟୁକ୍ତ ଶ୍ରୀ ଇନ୍ଦ୍ରମଣୀ ତ୍ରିପାଠୀ, ଆଇ.ଏ.ଏସ., ଉଦଘାଟନ କରିଥିଲେ । ଶ୍ରମ ବିଭାଗ ର ଅତିରିକ୍ତ ଶାସନ ସଚିବ ତଥା ନିର୍ଦେଶକ, ରାଜ୍ୟ ଶ୍ରମ ସଂସ୍ଥାନ ଶ୍ରୀ ନୀତି ରଞ୍ଜନ ଶେନ ଉଦ୍ଘାଟନୀ କାର୍ଯକ୍ରମକୁ ସଂଚାଳନା କରିଥିଲେ । ଅନ୍ୟାନ୍ୟ ଅତିଥି ଭାବେ ଶ୍ରୀ ନରେଶ ଚନ୍ଦ୍ର ସାହୁ, ପୂର୍ବତନ ଯୁଗ୍ମ ଶ୍ରମ ଆୟୁକ୍ତ ଯୋଗଦାନ କରିଥିଲେ । ଶ୍ରୀ ବିଘ୍ନଜିତ ମହନ୍ତ ମହାପାତ୍ର, ଯୁଗ୍ମ ଶ୍ରମ ଆୟୁକ୍ତ ଧନ୍ୟବାଦ ଅର୍ପଣ କରିଥିଲେ ।ଏହି ତାଲିମ କାର୍ଯକ୍ରମରେ ଶ୍ରମ ନିର୍ଦ୍ଦେଶାଳୟର ୪୦ ଜଣ ସହକାରୀ ଶ୍ରମ ଅଧିକାରୀ ଯୋଗଦାନ କରିଛନ୍ତି ।ଏହି କାର୍ଯକ୍ରମ ଆସନ୍ତା ୩୧ ତାରିଖରେ ଉଦଯାପିତ ହେବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking