25.1 C
Bhubaneswar
Thursday, March 19, 2026
Homeଦେଶ ବିଦେଶବିମାନବନ୍ଦର ଛାତ ଭୁଶୁଡି ୩ ମୃତ ଘଟଣା : ୨୦ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ବିମାନବନ୍ଦର ଛାତ ଭୁଶୁଡି ୩ ମୃତ ଘଟଣା : ୨୦ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ନୂଆଦିଲ୍ଲୀ : ଦିଲ୍ଲୀ ବିମାନବନ୍ଦର ଛାତ ଭୁଶୁଡି ତିନି ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ଏକାଧିକ ଆହତଙ୍କ ଚିକିତ୍ସା ଚାଲିଛି। ସେପଟେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ରାମ ମୋହନ ନାଇଡୁ କିଞ୍ଜାରାପୁ ମୃତକ ଓ ଆହତଙ୍କ ପାଇଁ କ୍ଷତିପୂରଣ ଘୋଷଣା କରିଛନ୍ତି।
ବିମାନବନ୍ଦର ରେ ଏହି ଦୁର୍ଘଟଣାର ପ୍ରତିକ୍ରିୟା ରଖି ମନ୍ତ୍ରୀ ରାମ ମୋହନ କହିଛନ୍ତି ଯେ, ସେ ବିମାନବନ୍ଦର ସିଲିଂ ଭୁଶୁଡିବା ଘଟଣାର ମନିଟରିଂ କରିଛନ୍ତି। ଯାତ୍ରୀମାନଙ୍କୁ ସୁରକ୍ଷା ଯୋଗାଇବା ଆମ ପ୍ରଥମ ପ୍ରାଥମିକତା। ଅନ୍ୟ ଟର୍ମିନାଲରେ ମଧ୍ୟ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରାଯାଇଛି। ଏଥିସହ ସେ ପ୍ରତ୍ୟେକ ମୃତକଙ୍କ ପରିବାରକୁ ୨୦ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିବା ସହ ଆହତଙ୍କୁ ୩ ଲକ୍ଷ ଟଙ୍କା ପ୍ରଦାନ କରିବାକୁ ଘୋଷଣା କରିଛନ୍ତି। ପ୍ରକାଶ ଥାଉକି, ଦିଲ୍ଲୀରେ ପ୍ରବଳ ବର୍ଷା କାରଣରୁ ସବୁଠି ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି। ଗତକାଲି ରାତିରୁ ବର୍ଷା ଲାଗି କରହିବାରୁ ଇନ୍ଦିରା ଗାନ୍ଧି ଇଣ୍ଟରନ୍ୟାସନାଲ୍ ଏୟାରପୋର୍ଟର ଏକ ନଂ ଟର୍ମିନାଲ୍ ଛାତ ଭୁଶୁଡ଼ି ପଡ଼ିଥିଲା। ଫଳରେ ତଳେ ଥିବା ଏକାଧିକ କାର୍ ଉପରେ ପଡ଼ିଥିଲା ସିଲିଂର ଭଗ୍ନାବେଶ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking