27.1 C
Bhubaneswar
Sunday, September 29, 2024
Homeଓଡିଶାବରଗଡ ଜିଲ୍ଲାରେ ବଜ୍ରପାତ ଯୋଗୁ ୩ ଜଣଙ୍କ ମୃତ୍ୟୁ ଘଟଣା: ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା...

ବରଗଡ ଜିଲ୍ଲାରେ ବଜ୍ରପାତ ଯୋଗୁ ୩ ଜଣଙ୍କ ମୃତ୍ୟୁ ଘଟଣା: ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବରଗଡ ଜିଲ୍ଲା ପଦ୍ମପୁର ଖଲିଆପଲି ଗ୍ରାମପଞ୍ଚାୟତ ଦୁଆନଡିହି ଗାଁରେ ବଜ୍ରପାତ ଯୋଗୁ 3 ଜଣ ବ୍ୟକ୍ତିଙ୍କ ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ଏହା ସହିତ ଗୁରୁତର ଆହତ ହୋଇଥିବା ବ୍ୟକ୍ତିମାନଙ୍କ ପାଇଁ ସଂପୂର୍ଣ୍ଣ ମାଗଣାରେ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଓ ସେମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking