39.1 C
Bhubaneswar
Wednesday, April 24, 2024
Homeଓଡିଶାକେନାଲକୁ ପଶିଗଲା କାର୍‌, ୩ ମୃତ

କେନାଲକୁ ପଶିଗଲା କାର୍‌, ୩ ମୃତ

କଟକ: ତେଲେଙ୍ଗାପେଣ୍ଠ ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା କେନାଲକୁ କାର୍‌ ପଶି ଯିବାରୁ ୩ଜଣଙ୍କ ମୃତ୍ୟୁ ଘଟିଛି।

ସୂଚନା ଅନୁଯାୟୀ, ଏକ କାର୍‌ରେ ୩ଜଣ ଯୁବକ ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ଭାରସାମ୍ୟ ହରାଇ ତେଲେଙ୍ଗାପେଣ୍ଠ ନିକଟରେ ଥିବା ରାସ୍ତାକଡ଼ କେନାଲକୁ ପଶି ଯାଇଥିଲା। ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ହସ୍ପିଟାଲ୍‌ ନେବା ବାଟରେ ଆଉ ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତକଙ୍କ ପରିଚୟ ଜଣାପଡ଼ିନଥିବା ବେଳେ ଘଟଣାସ୍ଥଳରେ ପୋଲିସ୍‌ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପୋଲିସ୍‌ ଦୁର୍ଘଟଣାଗ୍ରସ୍ତ କାର୍‌କୁ ଜବତ କରିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking