27.1 C
Bhubaneswar
Tuesday, March 24, 2026
Homeଓଡିଶାଝାଡ଼ାବାନ୍ତିରେ ୩ ମୃତ; ୧୫ ଆକ୍ରାନ୍ତ

ଝାଡ଼ାବାନ୍ତିରେ ୩ ମୃତ; ୧୫ ଆକ୍ରାନ୍ତ

ନବରଙ୍ଗପୁର : ନବରଙ୍ଗପୁର ଜିଲ୍ଲା ଝରିଗାଁ ବ୍ଲକ ଅନ୍ତର୍ଗତ ଚେପଟିଅମ୍ବା ଗ୍ରାମରେ ବ୍ୟାପିଛି ଝାଡ଼ାବାନ୍ତି। ଝାଡ଼ାବାନ୍ତିରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୫ରୁ ଅଧିକ ଆକ୍ରାନ୍ତ ହୋଇଛନ୍ତି। ଗାଁରେ ମେଡିକାଲ ଟିମ୍ ପହଞ୍ଚି ଲୋକମାନଙ୍କର ଚିକିତ୍ସା ଜାରି ରଖିଛନ୍ତି। କିଛି ଦିନ ପୂର୍ବରୁ ଝାଡ଼ାବାନ୍ତିରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଆଜି ସକାଳେ ଜଣଙ୍କର ମୃତ୍ୟୁ ଘଟିଛି। ମୃତ ଜଣକ ହେଉଛନ୍ତି ଝରିଗାଁ ବ୍ଲକ ଚେପଟିଆମ୍ବା ଗ୍ରାମର ମଧୁ ଜାନୀ । ନବରଙ୍ଗପୁର ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସାଧୀନ ଅବସ୍ଥାରେ ମଧୁଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ତେବେ କେଉଁ କାରଣ ଯୋଗୁ ଗାଁରେ ଝାଡ଼ାବାନ୍ତି ବ୍ୟାପିଛି ତାହା ଜଣାପଡ଼ିନାହିଁ। ଦୂର୍ଷିତ ପାଣି ପିଇବା ଯୋଗୁ ଗାଁରେ ଝାଡ଼ାବାନ୍ତି ବ୍ୟାପିଥିବା ସନ୍ଦେହ କରାଯାଉଛି। ପାଣି ନମୂନା ସଂଗ୍ରହ କରି ପରୀକ୍ଷା ପାଇଁ ପଠାଯାଇଛି। ଏଥିସହ ଗାଁରେ ମେଡିକାଲ ଟିମ୍ ଅସ୍ଥାୟୀ କ୍ୟାମ୍ପ କରି ଲୋକଙ୍କ ଚିକିତ୍ସା ଜାରି ରଖିଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking