29.1 C
Bhubaneswar
Monday, June 24, 2024
Homeଓଡିଶାଆଜି ପ୍ରକାଶ ପାଇବ +୩ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା

ଆଜି ପ୍ରକାଶ ପାଇବ +୩ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା

ଭୁବନେଶ୍ୱର: +୩ ପ୍ରଥମ ବର୍ଷ କଳା, ବିଜ୍ଞାନ ଓ ବାଣିଜ୍ୟ ଓ ସେଲ୍ଫ ଫାଇନାସିଂରେ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ଶୁକ୍ରବାର ପ୍ରକାଶ ପାଇବ । ୨୦୨୩-୨୪ ଶିକ୍ଷାବର୍ଷରେ ରାଜ୍ୟର ୧୦୪୨ ଡିଗ୍ରୀ କଲେଜର ୨ ଲକ୍ଷ ୭୦ହଜାର ୫୪୭ ସିଟ ରହିଥିବାବେଳେ ୨ ଲକ୍ଷ ୨୩ ହଜାର ୩୬୪ ଜଣ ଅନଲାଇନ୍ ପଞ୍ଜୀକରଣ କରିଥିଲେ । ମାତ୍ର ସେମାନଙ୍କ ମଧ୍ୟରୁ ୨ ଲକ୍ଷ ୨୨ହଜାର ୨୮୨ ଜଣ ଅନ୍‌ଲାଇନରେ ଦେୟ ପୈଠ କରିଛନ୍ତି ।

ଯୁକ୍ତ ୨ରେ ରଖିଥିବା ମାର୍କ ଆଧାରରେ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ । ୨ୟ ପର୍ଯ୍ୟାୟ ମେଧା ତାଲିକା ଜୁଲାଇ ୨୭ ତାରିଖରେ ଏବଂ ଅଗଷ୍ଟ ୯ ତାରିଖରେ ତୃତୀୟ ପର୍ଯ୍ୟାୟ ନାମଲେଖା ପାଇଁ ତାଲିକା ପ୍ରକାଶ ପାଇବ । ସେହିପରି କଲେଜଗୁଡ଼ିକର ଅବଶିଷ୍ଟ ଆସନରେ ନାମ ଲେଖାଇବା ପାଇଁ ଅଗଷ୍ଟ ୨୧ ଚତୁର୍ଥ ପର୍ଯ୍ୟାୟ ଏବଂ ସେପ୍ଟେମ୍ବର ୧ରେ ପଞ୍ଚମ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ । ସେହିପରି ସେପ୍ଟେମ୍ବର୧୩ରେ ନାମ ଲେଖା ପାଇଁ ଶେଷ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking