29.1 C
Bhubaneswar
Monday, May 6, 2024
Homeଓଡିଶାରାଜ୍ୟରେ ଆଉ ୩ କରୋନା ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨୮୭କୁ ଛୁଇଁଲା

ରାଜ୍ୟରେ ଆଉ ୩ କରୋନା ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨୮୭କୁ ଛୁଇଁଲା

ଭୁବନେଶ୍ୱର : ରାଜ୍ୟରେ ଆଉ ୩ କରୋନା ରୋଗୀ ଚିହ୍ନଟ । ଆକ୍ରାନ୍ତ ୩ଜଣ ମୟୁରଭଞ୍ଜ ଜିଲ୍ଲାର ବୋଲି ଜଣାପଡ଼ିଛି । ଏହାକୁ ମିଶାଇ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭କୁ ବୃଦ୍ଧି ପାଇଛି । ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୮୭କୁ ଛୁଇଁଛି । ଆଜି ସକାଳେ ୧୪ଜଣ କରୋନା ରୋଗୀ ଚିହ୍ନଟ ହୋଇଥିଲେ । ବର୍ତ୍ତମାନ ୩ଜଣ । ଆଜି ସକାଳ ୮.୩୦ମିନିଟ୍ ସୁଦ୍ଧା ୧୭ଜଣ କରୋନା ପଜିଟିଭ୍ ରାଜ୍ୟରେ ଚିହ୍ନଟ ହୋଇସାରିଲେଣି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ସୂଚନାଯୋଗ୍ୟ, ଆଜି ସକାଳୁ ଗଞ୍ଜାମରୁ ୧୨ଜଣ, ଭଦ୍ରକରୁ ଜଣେ ଓ ସୁନ୍ଦରଗଡ଼ରୁ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ । ବର୍ତ୍ତମାନ ମୟୁରଭଞ୍ଜ ଜିଲ୍ଲାରେ ପୁଣି ୩ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ବର୍ତ୍ତମାନ ରାଜ୍ୟରେ କରୋନା ତା’ର କାୟା ବିସ୍ତାର କରିବାରେ ଲାଗିଛି ।
ରାଜ୍ୟରେ ୨୮୭ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୬୩ଜଣ ସୁସ୍ଥ ହୋଇଛନ୍ତି । ୨ଜଣ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ଅନ୍ୟ ୨୨୨ଜଣ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking