32.1 C
Bhubaneswar
Thursday, March 28, 2024
Homeବ୍ରେକୀଙ୍ଗଅଗଷ୍ଟ ସୁଦ୍ଧା ୩୦ କୋଟି ଲୋକଙ୍କୁ ଟିକା

ଅଗଷ୍ଟ ସୁଦ୍ଧା ୩୦ କୋଟି ଲୋକଙ୍କୁ ଟିକା

ଭୁବନେଶ୍ୱର: ୨୦୨୧ ଅଗଷ୍ଟ ସୁଦ୍ଧା ୩୦ କୋଟି ଲୋକଙ୍କୁ ଦିଆଯିବ କରୋନା ଟିକା । ୩୦ କୋଟି ଲୋକଙ୍କୁ ଟିକାକରଣ ନେଇ ସ୍ୱାସ୍ଥ୍ୟ ମନ୍ତ୍ରୀ ହର୍ଷବର୍ଦ୍ଧନ ସୂଚନା ପ୍ରଦାନ କରିଛନ୍ତି । ୨୦୨୧ର ପ୍ରଥମ ୩ /୪ମାସ ଭିତରେ ଲୋକଙ୍କୁ ଟିକା ଦେବା ଆରମ୍ଭ ହେବ । ଜୁଲାଇ, ଅଗଷ୍ଟ ସୁଦ୍ଧା ୨୫ରୁ ୩୦ କୋଟି ଲୋକଙ୍କୁ ଟିକା ଦେବା ଲକ୍ଷ୍ୟ ରଖାଯାଇଛି ।
ସୂଚନାଯୋଗ୍ୟ ଯେ, ଏବେ ବି ଦେଶ ସମେତ ରାଜ୍ୟରେ କରୋନା ସଂକ୍ରମଣ ଜାରି ରହିଛି । ନୂତନ ସଂକ୍ରମିତଙ୍କ ସଂଖ୍ୟାରେ ହ୍ରାସ ଘଟିଥିଲେ ବି, ସଂକ୍ରମଣ ଜାରି ରହିଛି ।
ଗତକାଲି ତୁଳନାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ସାମାନ୍ୟ ହ୍ରାସ ହୋଇଛି। ୨୪ ଘଣ୍ଟାରେ ୩୮, ୭୭୨ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ୪୪୩ ଆକ୍ରାନ୍ତଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଫଳରେ ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୩୭ ହଜାର ୧୩୯ରେ ପହଞ୍ଚିଛି। ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୪ ଲକ୍ଷ ୩୧ ହଜାର ୬୯୨କୁ ବୃଦ୍ଧି ପାଇଛି। ୪ଲକ୍ଷ ୪୬ ହଜାର ୯୫୨ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୮୮ଲକ୍ଷ ୪୭ ହଜାର ୪୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking