21.1 C
Bhubaneswar
Sunday, November 24, 2024
Homeଓଡିଶାମିଶନ ଶକ୍ତି ଦ୍ୱାରା ୩୦ଲକ୍ଷ ଜାତୀୟ ପତାକା ପ୍ରସ୍ତୁତ

ମିଶନ ଶକ୍ତି ଦ୍ୱାରା ୩୦ଲକ୍ଷ ଜାତୀୟ ପତାକା ପ୍ରସ୍ତୁତ

-ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ଏସ୍‌ଏଚ୍‌ଜି ମହିଳା
ଭୁବନେଶ୍ୱର : ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତିର ଗୌରବମୟ ଅବସରରେ ସାରା ଦେଶରେ ‘ହର୍ ଘର୍ ତ୍ରିରଙ୍ଗା’ ଅଭିଯାନ ଜୋର୍‌ଦାର ହେବାରେ ଲାଗିଛି । ୧୩ରୁ ୧୫ ଅଗଷ୍ଟ ପର୍ଯ୍ୟନ୍ତ ସମସ୍ତ ଘର ଏବଂ ଶିକ୍ଷାନୁଷ୍ଠାନରେ ଜାତୀୟ ପତାକା ଉତ୍ତୋଳନ କରାଯାଉଛି । ରାଜ୍ୟର ୨୨ଟି ଜିଲ୍ଲାର ୫୦୦ ସ୍ୱୟଂ ସହାୟକ ଗୋଷ୍ଠୀ, ଉତ୍ପାଦକ ଗୋଷ୍ଠୀର ୧୦ ହଜାରରୁ ଊର୍ଦ୍ଧ୍ୱ ସଦସ୍ୟା ପତାକା ସିଲାଇ କାର୍ଯ୍ୟରେ ନିୟୋଜିତ ହୋଇଥିଲେ । ଦୈନିକ ହାରାହାରି ୩.୫ରୁ ୪ ଲକ୍ଷ ପର୍ଯ୍ୟନ୍ତ ପତାକା ସିଲାଇ କରି ୩୦ଲକ୍ଷ ଲକ୍ଷ୍ୟ ହାସଲ ନିମନ୍ତେ ଆପ୍ରାଣ ଉଦ୍ୟମ କରିଥିଲେ । ଅଗଷ୍ଟ ୧୦ ତାରିଖ ଦିନ ସୁଦ୍ଧା ତିଆରି ହୋଇଥିବା ପତାକାଗୁଡ଼ିକ ପ୍ରତ୍ୟେକ ଜିଲ୍ଲାରୁ ସଂଗୃହୀତ ହୋଇ ବଣ୍ଟନ ଆରମ୍ଭ କରାଯାଇଛି । ପତାକା ତିଆରିର ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି ।

ଜିଲ୍ଲା ପ୍ରଶାସନ ଦ୍ୱାରା ଜନସାଧାରଣଙ୍କୁ ବିନା ଦେୟରେ ତ୍ରିରଙ୍ଗା ବଣ୍ଟନ କରାଯାଇଛି । ମିଶନ ଶକ୍ତି ସଦସ୍ୟାମାନଙ୍କ ଔଦ୍ୟୋଗିକ ସାମର୍ଥ୍ୟ ଉପରେ ସଂପୂର୍ଣ୍ଣ ଆସ୍ଥା ପ୍ରକଟ କରିବା ସହ ସେମାନଙ୍କ ପାଖରେ ଥିବା ସିଲାଇ ୟୁନିଟ୍‌ଗୁଡ଼ିକର ପୂର୍ଣ୍ଣ ଉପଯୋଗ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ମିଶନ ଶକ୍ତି ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୩୦ ଲକ୍ଷ ଜାତୀୟ ପତାକା ସିଲାଇ କରିବାର ଗୁରୁଦାୟିତ୍ୱ ଅର୍ପଣ କରିଥିଲେ । ସିଲାଇ କାର୍ଯ୍ୟରେ ସଂପୃକ୍ତ ମିଶନ ଶକ୍ତି ସ୍ୱୟଂ ସହାୟକ ଓ ଉତ୍ପାଦକ ଗୋଷ୍ଠୀର ଗୋଟିଏ ପ୍ରତିନିଧିଦଳ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ହାତ ତିଆରି ଜାତୀୟ ପତାକା ପ୍ରଦାନ କରିବା ସହ ମାନ୍ୟବର ମୁଖ୍ୟମନ୍ତ୍ରୀ ସେମାନଙ୍କ ଉପରେ ସଂପୂର୍ଣ୍ଣ ଭରସା ରଖି ଏଭଳି ଏକ ବିଶାଳ ଦାୟିତ୍ୱ ପ୍ରଦାନ କରିଥିବାରୁ କୃତଜ୍ଞତା ଜଣାଇଥିଲେ । ୭୬ତମ ସ୍ୱାଧୀନତା ଦିବସର ଏଇ ଶୁଭ ଅବସରରେ ରାଜ୍ୟର ସମସ୍ତ ସରକାରୀ, ଘରୋଇ ଅନୁଷ୍ଠାନ, ସଂସ୍ଥା ଆଦିରେ ଜାତୀୟ ପତାକା ଉଡ଼ିବ ।

କିନ୍ତୁ ମିଶନ ଶକ୍ତି ସଦସ୍ୟାମାନଙ୍କ ଦ୍ୱାରା ପ୍ରସ୍ତୁତ ଏବଂ ଯୋଗାଇ ଦିଆଯାଇଥିବା ଜାତୀୟ ପତାକା ସଂପୂର୍ଣ୍ଣ ସ୍ୱତନ୍ତ୍ର, କାରଣ ଏଥିରେ ସେମାନଙ୍କ ନିଷ୍ଠା, ଆନ୍ତରିକତା ଏବଂ ପର୍ଯ୍ୟାପ୍ତ ଶ୍ରଦ୍ଧା ଭରିରହିଛି ବୋଲି ସଦସ୍ୟାମାନେ କହିଛନ୍ତି ।  ଉଲ୍ଲେଖନୀୟ ଯେ ୮ମାର୍ଚ୍ଚ ୨୦୦୧ରେ ଆନ୍ତର୍ଜାତିକ ମହିଳା ଦିବସରେ ମିଶନଶକ୍ତି ପ୍ରତିଷ୍ଠା ହୋଇଥିଲା । ଖୁବ୍ ଅଳ୍ପଦିନରେ ମହିଳାଙ୍କ ଦ୍ୱାରା ତାହା ରାଜ୍ୟବ୍ୟାପୀ ଆଦୃତ ହୋଇଥିଲା । ୨୦୦୬ରେ ରାଜ୍ୟରେ ୨,୪୮,୬୮୯ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ପଞ୍ଜିକୃତ ହୋଇଥିଲାବେଳେ ୨୦୧୭ରେ ୩,୧୪,୬୪୭ ଏବଂ ୨୦୨୨ରେ ୬,୦୨,୦୧୩ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀ ପଞ୍ଜିକୃତ ହୋଇଛନ୍ତି । ଫଳରେ ବର୍ତ୍ତମାନ ସୁଦ୍ଧା ୭୦ଲକ୍ଷ ମହିଳା ଏସ୍‌ଏଚ୍‌ଜି ମିଶନଶକ୍ତିରେ ସାମିଲ ଅଛନ୍ତି । ୩୦ଲକ୍ଷ ତ୍ରିରଙ୍ଗା ପ୍ରସ୍ତୁତ କରିବାକୁ ରାଜ୍ୟ ସରକାର ମିଶନ ଶକ୍ତି ଜରିଆରେ ଅର୍ଥ ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking