ଭୁବନେଶ୍ୱର: ଆସନ୍ତାକାଲିଠୁ ବିଧାନସଭା ମୌସୁମୀ ଅଧିବେଶନ । ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କଲେ ପୁଲିସ ଡିଜି । ଅଧିବେଶନ ପାଇଁ ତିନି ଥାକିଆ ସୁରକ୍ଷା ବ୍ୟବସ୍ଥା ରହିଛି । ଏଥିପାଇଁ ମୁତୟନ ହେବେ ୩୦ ପ୍ଲାଟୁନ ଫୋର୍ସ ।
ଆସନ୍ତା କାଲିଠାରୁ ୧୭ତମ ବିଧାନସଭାର ଚତୁର୍ଥ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି। ଏହା ସହ ଯେ କୌଣସି ପରିସ୍ଥିତିର ମୁକାବିଲା କରିବା ନିମନ୍ତେ ସଦାସର୍ବଦା ସତର୍କ ଓ ସଜାଗ ରହିବାକୁ ନିୟୋଜିତ ହୋଇଥିବା… pic.twitter.com/VTeQ4sJylk
— Odisha Police (@odisha_police) September 17, 2025
ସିସିଟିଭି ସ୍କାନରରେ ରହିବ ବିଧାନସଭା ଆଖପାଖ ଅଞ୍ଚଳ । ତେବେ କାର୍ଯ୍ୟସୂଚୀ ଅନୁଯାୟୀ ୧୮ ତାରିଖରୁ ଆରମ୍ଭ ହେବ ବିଧାନସଭାର ମୌସୁମୀ ଅଧିବେଶନ । ୨୫ ତାରିଖ ଯାଏଁ ଅଧିବେଶନ ଚାଲିବ। ଏହି ଅଧିବେଶନରେ ୭ଟି କାର୍ଯ୍ୟଦିବସ ରହିବ । ଗୋଟିଏ ଦିନ ପ୍ରାଇଭେଟ ମେମ୍ବର ବିଲ୍ ଏବଂ ଗୋଟିଏ ଦିନ ନୋ ଅଫିସ ଡେ ରହିଛି । ତେବେ ମୌସୁମୀ ଅଧିବେଶନରେ ବିଭିନ୍ନ ପ୍ରସଙ୍ଗ ନେଇ ବିରୋଧୀ ସରକାରଙ୍କୁ ଘେରିବାକୁ ପ୍ରସ୍ତୁତ ହେଉଥିବା ବେଳେ କଡା ଜବାବ ରଖିବାକୁ ପ୍ରସ୍ତୁତ ହେଉଛି ଶାସକ ଦଳ ।










