28.1 C
Bhubaneswar
Thursday, March 28, 2024
Homeବ୍ରେକୀଙ୍ଗବଡ ଖବର: ରାଜ୍ୟରୁ ଗୋଟିଏ ଦିନରେ ୩୦୫୩ ପଜିଟିଭ ଚିହ୍ନଟ ; ୨୨୯୩୮୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ...

ବଡ ଖବର: ରାଜ୍ୟରୁ ଗୋଟିଏ ଦିନରେ ୩୦୫୩ ପଜିଟିଭ ଚିହ୍ନଟ ; ୨୨୯୩୮୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି । ଏହାରି ମଧ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୩୦୫୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୮୦୪ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୧୨୪୯ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨,୨୯,୩୮୭ କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫୬୧ ଓ କଟକରୁ ୨୫୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ଅନୁଗୁଳରୁ ୬୪, ବଲେଶ୍ୱରରୁ ୮୫, ବରଗଡରୁ ୯୮, ଭଦ୍ରକରୁ ୭୦, ବଲାଙ୍ଗିରରୁ ୯୫, ଝାରସୁଗୁଡାରୁ ୧୪୬, କେନ୍ଦ୍ରାପଡାରୁ ୧୧୫. କେନ୍ଦୁଝରରୁ ୧୩୩, ମୟୂରଭଞ୍ଜରୁ ୧୫୩, ପୁରୀରୁ ୧୨୭, ସମ୍ବଲପୁରରୁ ୧୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୨୯୩୮୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୪୩୧୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୯୪୧୨୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୯୫୨୬୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking