37.1 C
Bhubaneswar
Thursday, March 28, 2024
Homeଓଡିଶାଭୁବନେଶ୍ୱରରୁ ପୁଣି ବାହାରିଲେ ୩୧୬ ପଜିଟିଭ୍

ଭୁବନେଶ୍ୱରରୁ ପୁଣି ବାହାରିଲେ ୩୧୬ ପଜିଟିଭ୍

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୩୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୩୧୬ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୮୪ ଓ ସ୍ଥାନୀୟ ଅଞ୍ଚଳରୁ ୨୩୨ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୩୨୬ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି । ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୨୪,୮୫୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୧,୨୧୪ ଜଣ ସୁସ୍ଥ ହୋଇଛନ୍ତି ଓ ୧୧୧ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୩,୫୦୭ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking