ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୩୨୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୩୨୯ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୭୩ ଓ ସ୍ଥାନୀୟ ଅଞ୍ଚଳରୁ ୨୫୬ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୩୯୫ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।
ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୨୧୫୨୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୭୮୯୨ ଜଣ ସୁସ୍ଥ ହୋଇଛନ୍ତି ଓ ୯୧ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୩୫୨୬ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।
Update on newly detected #COVID19 cases in the last
24 hrs under the BMC area on 29th Sep 2020(till 9am).Further contact tracing is still continuing.
Primary contacts & nearby houses are being quarantined, sanitized & will be under active surveillance. pic.twitter.com/Aq53WtNxqD— BMC (@bmcbbsr) September 29, 2020