ଭୁବନେଶ୍ୱରରୁ ପୁଣି ବାହାରିଲେ ୩୨୯ ପଜିଟିଭ୍

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୩୨୯କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୧୦ ଓ ସ୍ଥାନୀୟ ଅଞ୍ଚଳରୁ ୨୧୯ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୩୪୧ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୨ ହଜାର ୮୭୬ କୁ ବୃଦ୍ଧି ପାଇଛି । ମୋଟ ୨୨ ହଜାର ୮୭୬ ପଜିଟିଭ ମଧ୍ୟରୁ ୧୦୦ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୧୯ ହଜାର୨୫୫ ଜଣ ସୁସ୍ଥ ଓ ୩,୫୦୨ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here