30.1 C
Bhubaneswar
Monday, May 6, 2024
Homeଓଡିଶା୩୩ ସହରର ତାପମାତ୍ରା ୪୦ଡିଗ୍ରୀରୁ ଅଧିକ; ଶୁକ୍ରବାର ଓ ଶନିବାର ପାରଦ ୩ରୁ ୬ ଡିଗ୍ରୀ...

୩୩ ସହରର ତାପମାତ୍ରା ୪୦ଡିଗ୍ରୀରୁ ଅଧିକ; ଶୁକ୍ରବାର ଓ ଶନିବାର ପାରଦ ୩ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବା ସମ୍ଭାବନା

ଭୁବନେଶ୍ୱର: ସମଗ୍ର ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଯେଉଁଥିପାଇଁ ଜୀବନ ଯାତ୍ରା ପ୍ରଭାବିତ ହୋଇଛି । ଲୋକମାନେ ଘରୁ ବାହାରି ପାରୁନାହାନ୍ତି । ସକାଳ ୮ଟାରୁ ଅପରାହ୍ଣ ୪ଟା ଯାଏଁ ପ୍ରବଳ ଖରା ଓ ତତଲା ପବନ ପ୍ରବାହିତ ହୋଇଛି । ତେବେ ଆଜି ରାଜ୍ୟର ୩୩ ସହରରେ ଦିନ ତାପମାତ୍ରା ୪୦ଡିଗ୍ରୀରୁ ଅଧିକ ରେକର୍ଡ କରାଯାଇଛି । ଏଥିରେ ଝାରସୁଗୁଡ଼ାର ତାପମାତ୍ରା ଶୀର୍ଷସ୍ତରକୁ ଛୁଇଁଛି । ୪୩.୮ ଡିଗ୍ରୀ ସହ ଝାରସୁଗୁଡା ରାଜ୍ୟର ଉତ୍ତପ୍ତ ସହର ଭାବେ ପରିଣତ ହୋଇଛି । ୨୨ ସହରରେ ତାପମାତ୍ରା ୪୨ ଡିଗ୍ରୀ କିମ୍ବା ଅଧିକ ରେକର୍ଡ ହୋଇଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ଯେ ଆଗାମୀ ୨ ଦିନ ମଧ୍ୟରେ ରାଜ୍ୟର କିଛିକିଛି ସ୍ଥାନରେ ଦିନ ତାପମାତ୍ରାରେ ଆହୁରି ୨ରୁ ୩ ଡିଗ୍ରୀ ବୃଦ୍ଧି ସହ ପରବର୍ତ୍ତୀ ସମୟରେ ଏଥିରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ । ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରା ଆଗାମୀ ୫ ଦିନ ଯାଏଁ ରାଜ୍ୟର ଅନେକ ସ୍ଥାନରେ ସ୍ୱାଭାବିକ ତୁଳନାରେ ୩ରୁ ୬ ଡିଗ୍ରୀ ଯାଏଁ ଅଧିକ ରହିବା ସହ ଗ୍ରୀଷ୍ମ ପ୍ରବାହରୁ ଭୀଷଣ ଗ୍ରୀଷ୍ମ ପ୍ରବାହ ପରିସ୍ଥିତି ଲାଗିରହିବାର ସମ୍ଭାବନା ରହିଛି ।
ଭୁବନେଶ୍ୱର ଆଞ୍ଚଳିକ ପାଣିପାଗକେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଶୁକ୍ରବାର ଓ ଶନିବାର ଭୀଷଣ ତାତି ହେବ । ସ୍ୱଭାବିକ ତାପମାତ୍ରାଠାରୁ ଆହୁରି ୩ରୁ ୬ ଡିଗ୍ରୀ ଯାଏ ତାତି ବଢ଼ିପାରେ । ସେଥିପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଗ୍ରୀଷ୍ମ ପ୍ରବାହ ଜାରି ହେଉଥିବାରୁ ଘରୁ ବାହାରିଲା ବେଳେ ସତର୍କତାମୂଳକ ବ୍ୟବସ୍ଥା କରି ବାହାରିବାକୁ ପରାମର୍ଶ ଦିଆଯାଇଛି । ଶୁକ୍ରବାର ମୟୂରଭଞ୍ଜ, ବାଲେଶ୍ୱର, ଢେଙ୍କାନାଳ, ଝାରସୁଗୁଡ଼ା, ଗଞ୍ଜାମ, ଗଜପତି, କଳାହାଣ୍ଡି, ବଲାଙ୍ଗିର ଓ ନୂଆପଡ଼ି ଜିଲ୍ଲାରେ ଭୟଙ୍କର ଗ୍ରୀଷ୍ମ ପ୍ରବାହ ହେବ । ସେଥିପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, ରାୟଗଡ଼ା, କନ୍ଧମାଳ, ସୋନପୁର, ବୌଦ୍ଧ, ବରଗଡ଼, ସମ୍ୱଲପୁର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର ଓ କେନ୍ଦୁଝରରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ରହିଛି । ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking