30.1 C
Bhubaneswar
Saturday, May 18, 2024
Homeଓଡିଶାରାଜ୍ୟରେ ୩୩ ଜୀବନ ନେଲା ମହାମାରୀ କରୋନା, ସର୍ବାଧିକ ଅନୁଗୁଳ

ରାଜ୍ୟରେ ୩୩ ଜୀବନ ନେଲା ମହାମାରୀ କରୋନା, ସର୍ବାଧିକ ଅନୁଗୁଳ

ଭୁବନେଶ୍ୱର : ଓଡିଶାରେ କରୋନା ସଂକ୍ରମଣ ପୁଣି ବଢିଥିବା ବେଳେ ମୃତ୍ୟୁ ସଂଖ୍ୟା ବି ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩୩ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା ମହାମାରୀ । ଏହି କ୍ରମରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ହଜାର ୭୧୯କୁ ବୃଦ୍ଧି ପାଇଛି । ଆଜି ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୫ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି କଳାହାଣ୍ଡି, ନବରଙ୍ଗପୁର, ସୁନ୍ଦରଗଡ ଓ ବୌଦ୍ଧରୁ ୩ ଜଣ ଲେଖାଏଁ, କଟକ, ଦେବଗଡ, କନ୍ଧମାଳ, କେନ୍ଦୁଝର, ଖୋର୍ଦ୍ଧା ଓ ଗତପତିରୁ ୨ ଜଣ ଲେଖାଏଁ, ଗଞ୍ଜାମ, କୋରାପୁଟ, ମାଲାକାନଗିରି ଓ ରାୟଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ତେବେ ଗତ ୨୪ ଘଣ୍ଟା ରାଜ୍ୟରେ ୯ ହଜାର ୫୪୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୫ ହଜାର ୩୪୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪ ହଜାର ୧୯୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭,୫୬,୬୮୪କୁ ବୃଦ୍ଧି ପାଇଛି । ବର୍ତ୍ତମାନ ରାଜ୍ୟରେ ଆକ୍ଟିଭ କେସ ୯୫,୨୬୬ ଥିବା ବେଳେ ୬,୫୮,୬୪୬ ଜଣ ସୁସ୍ଥ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking