ଖୁସି ଖବର: ରାଜ୍ୟରେ ଆଜି ୩୩୭୮ ଆକ୍ରାନ୍ତ ସୁସ୍ଥ

corona

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଆସିଛି ଏକ ଖୁସି ଖବର । ରାଜ୍ୟରେ ଆଉ ୩୩୭୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୧,୭୩,୫୭୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି କଟକରୁ ସର୍ବାଧିକ ୫୪୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଖୋର୍ଦ୍ଧାରୁ ୨୮୯, ପୂରୀରୁ ୨୦୦, ଯାଜପୁରରୁ ୧୭୬, ରାୟଗଡାରୁ ୧୪୧, କନ୍ଧମାଳ ଓ ସୁନ୍ଦରଗଡରୁ ୧୩୭, ମୟୁରଭଞ୍ଜରୁ ୧୩୦, ସମ୍ବଲପୁରରୁ ୧୨୭, କେନ୍ଦ୍ରାପଡାରୁ ୧୨୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here