ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୩୪୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୮୪ ଓ ସ୍ଥାନୀୟ ଅଞ୍ଚଳରୁ ୨୫୬ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୩୩୭ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୨୨ ହଜାର ୨୩୫ କୁ ବୃଦ୍ଧି ପାଇଛି ।
ମୋଟ ୨୨ ହଜାର ୨୩୫ ପଜିଟିଭ ମଧ୍ୟରୁ ୯୬ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୧୮ ହଜାର,୫୮୫ ଜଣ ସୁସ୍ଥ ଓ ୩,୫୩୬ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।
Update on newly detected #COVID19 cases in the last
24 hrs under the BMC area on 1st Oct 2020(till 9am).Further contact tracing is still continuing.
Primary contacts & nearby houses are being quarantined, sanitized & will be under active surveillance. pic.twitter.com/fRwz2E0Eyy— BMC (@bmcbbsr) October 1, 2020