22.1 C
Bhubaneswar
Friday, December 5, 2025
Homeଓଡିଶାରାଜ୍ୟରେ ୩୫ ଶୀତଳ ଭଣ୍ଡାର କାର୍ଯକ୍ଷମ: ମନ୍ତ୍ରୀ

ରାଜ୍ୟରେ ୩୫ ଶୀତଳ ଭଣ୍ଡାର କାର୍ଯକ୍ଷମ: ମନ୍ତ୍ରୀ

ଭୁବନେଶ୍ୱର: ସ୍ୱଭାବିକ ଚାଲିଛି ବିଧାନସଭା ପ୍ରଶ୍ନକାଳ । ଆଜି ବିଧାନସଭା ଶୀତକାଳୀନ ଅଧିବେଶନର ଷଷ୍ଠ ଦିନ । ବିଧାୟକ, ବିଧାୟିକାଙ୍କ ପ୍ରଶ୍ନର ଉତ୍ତର ରଖୁଛନ୍ତି ବିଭିନ୍ନ ବିଭାଗର ମନ୍ତ୍ରୀ । ଏହି ସମୟରେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମଙ୍କ ପ୍ରଶ୍ନରେ ମନ୍ତ୍ରୀଙ୍କ ଉତ୍ତର । ଗୃହରେ ଉତ୍ତର ରଖିଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ମନ୍ତ୍ରୀ ଉତ୍ତର ରଖି କହିଛନ୍ତି ଯେ ରାଜ୍ୟରେ ୩୫ଟି ଶୀତଳ ଭଣ୍ଡାର କାର୍ଯ୍ୟକ୍ଷମ ଅଛି । ୩୩ଟି ବେସରକାରୀ ଓ ୨ଟି ସରକାରୀ ଶୀତଳ ଭଣ୍ଡାର କାର୍ଯ୍ୟକ୍ଷମ ହୋଇଛି । ବିଗତ ୧୦ ବର୍ଷରେ ରାଜ୍ୟରେ ୨୬ଟି ଶୀତଳ ଭଣ୍ଡାର ନିର୍ମାଣ ହୋଇଛି । ଏବେ ୨୨ଟି କାର୍ଯକ୍ଷମ ଓ ୪ଟି କାର୍ଯକ୍ଷମ ନାହିଁ । ରାଜ୍ୟର ମୋଟ ୧୩୩ଟି ଶୀତଳ ଭଣ୍ଡାର ମଧ୍ୟରୁ ୯୮ଟି କାର୍ଯ୍ୟକ୍ଷମ ନାହିଁ । ଯେଉଁଥିରେ ୨୦ଟି ସରକାରୀ ଓ ୭୮ଟି ବେସରକାରୀ ଶୀତଳଭଣ୍ଡାର ରହିଛି । ସବ୍ ଡିଭିଜନ ସ୍ତରରେ ୫୮ଟି ନିର୍ମାଣ ଲକ୍ଷ୍ୟ, ୨୫୨ କୋଟି ଟଙ୍କା ବ୍ୟୟବରାଦ ହୋଇଛି । ୧୫ଟି ନୂଆ ଓ ୨ଟି ଅଚଳ ଶୀତଳ ଭଣ୍ଡାର କାର୍ଯ୍ୟକ୍ଷମ ପାଇଁ ଦରଖାସ୍ତ ପହଞ୍ଚିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking