32.1 C
Bhubaneswar
Friday, April 26, 2024
Homeବ୍ରେକୀଙ୍ଗଭୁବନେଶ୍ୱରରୁ ଆଜି ୩୬୨ ପଜିଟିଭ

ଭୁବନେଶ୍ୱରରୁ ଆଜି ୩୬୨ ପଜିଟିଭ

ଭୁବନେଶ୍ୱର: ଦିନକୁ ଦିନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିଚାଲିଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଆଜି ମଧ୍ୟ ରାଜଧାନୀ ଭୁବନେଶ୍ୱରରୁ ୩୬୨ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ତେବେ ଚିହ୍ନଟ ହୋଇଥିବା ୩୬୨ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୭୬ ଜଣ କ୍ୱାରେଣ୍ଟିନ ସେଣ୍ଟରରୁ ହୋଇଥିବା ବେଳେ ୨୮୬ଟି ଲୋକାଲ କେସ ରହିଛି । ତେବେ ଏକ ଘରୋଇ ହସ୍ପିଟାଲର ୧୮ ଜଣ କର୍ମଚାରୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୦ ପୋଲିସ କର୍ମଚାରୀ ମଧ୍ୟ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ନୟାପଲ୍ଲୀରୁ ୧୩ ଜଣ ଚିହ୍ନଟ ହୋଇଥିବା ବେଳେ ପଟିଆରୁ ୮, ବରମୁଣ୍ଡାରୁ ୮ ଜଣ ଚିହ୍ନଟ ହୋଇଛନ୍ତି । ଭିଏସଏସନଗରରୁ ୭, ଚନ୍ଦ୍ରଶେଖରପୁରରୁ ୫, ସାଲିଆସାହିରୁ ବି ୫ ଜଣ ଚିହ୍ନଟ ହୋଇଛନ୍ତି । ତେବେ ଆଜି ଭୁବନେଶ୍ୱରରୁ ୪୦୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking