27.1 C
Bhubaneswar
Thursday, April 25, 2024
Homeବ୍ରେକୀଙ୍ଗଖୁସି ଖବର: ରାଜ୍ୟରେ ଆଜି ୩୭୭୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ

ଖୁସି ଖବର: ରାଜ୍ୟରେ ଆଜି ୩୭୭୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଆଜି ୩୭୭୯ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ୧୬୧୦୪୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୫୦ ଜଣ ଆରୋଗ୍ୟ ଲାଭ କରିଥିବା ବେଳେ କଟକରୁ ୪୨୭, ପୁରୀରୁ ୧୫୮, ବାଲେଶ୍ୱରରୁ ୧୫୫, ବରଗଡରୁ ୧୫୨, ଝାରସୁଗୁଡାରୁ ୧୫୨, କନ୍ଧମାଳରୁ ୧୩୫, ମୟୂରଭଞ୍ଜରୁ ୧୩୫, ସମ୍ବଲପୁରରୁ ୧୨୭, ରାୟଗଡାରୁ ୧୧୮ ଓ ଯାଜପୁରରୁ ୧୧୩ ଜଣ ଆରୋଗ୍ୟଲାଭ କରିଛନ୍ତି ।
ସେହିପରି ଜଗତସିଂହପୁରରୁ ୧୦୫, ଗଞ୍ଜାମରୁ ୯୯, ବଲାଙ୍ଗୀରରୁ ୯୮, ଭଦ୍ରକରୁ ୯୨, ନବରଙ୍ଗପୁରରୁ ୮୧, ନୂଆପଡାରୁ ୭୭, କେଉଁଝରରୁ ୭୬, ଢେଙ୍କାନାଳରୁ ୭୪, କେନ୍ଦ୍ରାପଡାରୁ ୬୯, କୋରାପୁଟରୁ ୬୯, କଳାହାଣ୍ଡିରୁ ୬୫, ସୋନପୁରରୁ ୬୫, ସୁନ୍ଦରଗଡ଼ରୁ ୬୨, ଗଜପତିରୁ ୫୮, ନୟାଗଡରୁ ୪୭, ମାଲକାନଗିରିରୁ ୪୬, ବୌଦ୍ଧରୁ ୪୪, ଅନୁଗୋଳରୁ ୩୯, ଦେବଗଡରୁ ୭ଜଣ ଆରୋଗ୍ୟ ଲାଭ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking