27.1 C
Bhubaneswar
Friday, July 5, 2024
Homeଦେଶ ବିଦେଶଆସାମ ବନ୍ୟାରେ ଗଲାଣି ୩୮ ଜୀବନ

ଆସାମ ବନ୍ୟାରେ ଗଲାଣି ୩୮ ଜୀବନ

ଗୁଆହାଟୀ : ଆସାମ ବନ୍ୟାରେ ପ୍ରାୟ ୩୮ଜଣଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ବନ୍ୟା ଯୋଗୁଁ ୬.୭୧ ଲକ୍ଷରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି । ଚାଷ ଜମି ଜଳମଗ୍ନ ହେବା ସହ ୨୨୦୮ ଗାଁ ବନ୍ୟାରେ ପ୍ରଭାବିତ ହୋଇଛି। ମଙ୍ଗଳବାର ଭାରତୀୟ ବାୟୁସେନା ଗୁରୁତର ଭାବରେ ପ୍ରଭାବିତ ଦିବ୍ରୁଗଡ ଜିଲାରେ ବନ୍ୟା ଘେରରେ ଫସି ରହିଥିବା ୧୩ ଜଣ ମତ୍ସ୍ୟଜୀବୀଙ୍କୁ ଉଦ୍ଧାର କରିଛି । ରାଜ୍ୟରେ ବ୍ରହ୍ମପୁତ୍ର ସମେତ ୧୩ଟି ବୃହତ ନଦୀରେ ଜଳସ୍ତର ଏକାଧିକ ସ୍ଥାନରେ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି । ଇତିମଧ୍ୟରେ ରାଜ୍ୟରେ ପ୍ରବଳ ବର୍ଷା ହେବାନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ରାଜ୍ୟରେ ଆସାମ ବିପର୍ୟ୍ୟୟ ପ୍ରଶମନ ବାହିନୀ, ଏନଡିଆରଏଫ୍‌, ଅର୍ଦ୍ଧସାମରିକ ବାହିନୀ ଯବାନ ଏବଂ ବାୟୁସେନାକୁ ଉଦ୍ଧାର ଓ ରିଲିଫ କାର୍ୟ୍ୟରେ ନିୟୋଜିତ କରାଯାଇଛି । ରାଜ୍ୟର ବିଭିନ୍ନ ବନ୍ୟା ପ୍ରଭାବିତ ଜିଲାଗୁଡିକରେ ୭୨ଟି ରିଲିଫ ଶିବିର ଖୋଲାଯାଇଥିବାବେଳେ ସେଥିରେ ପ୍ରାୟ ୮୧୪୨ ଜଣ ଆଶ୍ରୟ ନେଇଛନ୍ତି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking