30.1 C
Bhubaneswar
Monday, May 6, 2024
Homeଓଡିଶାରାଜ୍ୟରେ ଆଜି ୩୯ ଜୀବନ ନେଲା ମହାମାରୀ କରୋନା, ସର୍ବାଧିକ ଖୋର୍ଦ୍ଧା

ରାଜ୍ୟରେ ଆଜି ୩୯ ଜୀବନ ନେଲା ମହାମାରୀ କରୋନା, ସର୍ବାଧିକ ଖୋର୍ଦ୍ଧା

ଭୁବନେଶ୍ୱର : ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ଗତକାଲି ଅପେକ୍ଷା ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୯ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୨୯୧୨କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬ ଜଣଙ୍କର ମୃତ୍ୟୁ ଘଟିଛି । ସେହିପରି ଅନୁଗୁଳ, ଝାରସୁଗୁଡ଼ା, କଳାହାଣ୍ଡି, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ପୁରୀ, ଗଜପତି, ଗଞ୍ଜାମ, ଦେବଗଡ଼, କଟକ ଓ ବୌଦ୍ଧରୁ ୨ ଜଣ ଲେଖାଏଁ, ବଲାଙ୍ଗିର, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ ସମ୍ବଲପୁରରୁ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଅନ୍ୟପଟେ, ରାଜ୍ୟରେ ଆଜି ୭୭୨୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୩୩୧ ଓ ସ୍ଥାନୀୟ ଅଞ୍ଚଳରୁ ୩୩୯୮ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୯୮ ହଜାର ୬୯୯ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୭ଲକ୍ଷ ୧୩ ହଜାର ୫୫ ରହିଥିବା ବେଳେ ୮୨ ହଜାର ୬୭୯ ଜଣ ଚିକିତ୍ସିତ ହେଉଛନ୍ତି ।

ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୬୨ ଜଣ କରୋନା ସଂକ୍ରମିତ ବାହାରିଥିବାବେଳେ ଅନୁଗୁଳରୁ ୪୪୯, ବାଲେଶ୍ୱରରୁ ୪୩୬, ବରଗଡରୁ ୧୮୯, ଭଦ୍ରକରୁ ୨୮୭, ବଲାଙ୍ଗୀରରୁ ୬୧, ବୌଦ୍ଧରୁ ୧୨୮, କଟକରୁ ୭୨୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଦେବଗଡରୁ ୭୨, ଢେଙ୍କାନାଳରୁ ୨୫୨, ଗଜପତିରୁ ୬୮, ଗଞ୍ଜାମରୁ ୧୫୩, ଜଗତ୍‌ସିଂହପୁରରୁ ୨୫୫, ଯାଜପୁରରୁ ୩୮୮, ଝାରସୁଗୁଡାରୁ ୭୧, କଳାହାଣ୍ଡିରରୁ ୧୬୭, କନ୍ଧମାଳରୁ ୫୨, କେନ୍ଦ୍ରାପଡ଼ାରୁ ୨୨୩, କେନ୍ଦୁଝରରୁ ୧୬୬ ଏବଂ କୋରାପୁଟରୁ ୧୮୫ ଜଣ ଚିହ୍ନଟ ହୋଇଛନ୍ତି। ଅନ୍ୟପକ୍ଷେ, ମାଲକାନଗିରିରୁ୧୦୪, ମୟୂଭଞ୍ଜରୁ ୪୪୨, ନବରଙ୍ଗପୁର, ନୟଗଡରୁ ୨୧୯, ନୂଆପଡାରୁ ୪୮, ପୁରୀରୁ ୩୩୩, ରାୟଡାଗରୁ ୩୧୦, ସମ୍ବଲପୁରରୁ ୧୬୧, ସୋନପୁରରୁ ୬୧, ସୁନ୍ଦରଗଡରୁ ୨୭୦ ଏବଂ ଷ୍ଟେଟ ପୁଲ୍‌ରୁ ୧୮୮ ଜଣ ବାହାରିଛନ୍ତି। ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking