26.1 C
Bhubaneswar
Friday, March 29, 2024
Homeକରୋନାଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୯୪୭ କରୋନା ପଜିଟିଭ ଚିହ୍ନଟ

ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୯୪୭ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ହ୍ରାସ ପାଇଛି । ଯାହା ବର୍ତ୍ତମାନ ୪ ହଜାର ତଳେ ରହିଛି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୪୦ ହଜାର ତଳେ ଥିବା କଥା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ୱେବ୍ସାଇଟ୍ରୁ ଜଣାପଡ଼ିଛି।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ସୂଚନାନୁସାରେ , ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୯୪୭ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୭ ମୃତ୍ୟୁ ରେକର୍ଡ କରାଯାଇଛି।୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩,୯୪୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୫,୮୭,୩୦୭ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୮,୬୨୯ରେ ପହଞ୍ଚିଛି। ମୃତ୍ୟୁସଂଖ୍ୟା ସଂଶୋଧନ କରି ଏଥିରେ କେରଳ ୯ ଜଣଙ୍କ ମୃତ୍ୟୁ ସାମିଲ କରିଛି।ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୦,୧୯,୦୯୫। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୩% ରହିଛି।ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୯,୫୮୩ ଥିବା ରେକର୍ଡ କରାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking