29.1 C
Bhubaneswar
Tuesday, May 7, 2024
Homeଓଡିଶାରାଜ୍ୟରେ ଆଉ ୪ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଆଉ ୪ଜୀବନ ନେଲା ମହାମାରୀ କରୋନା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୪ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି। କଟକ, କେନ୍ଦ୍ରାପଡା, ଖୋର୍ଦ୍ଧା ଓ ନୟାଗଡ ଜିଲ୍ଲାରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୧୫୦କୁ ବୃଦ୍ଧିପାଇଛି।

ଅନ୍ୟପଟେ, ଆଜି କରୋନା ସଂକ୍ରମଣ ୭ ଶହ ଟପିଯାଇଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀରୁ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ଉ ପରେ ବି ସଂକ୍ରମଣ କମୁନାହିଁ । ତେବେ ଲୋକମାନେ ଅନ୍ୟ ଜିଲ୍ଲାରୁ ଭୁବନେଶ୍ୱରକୁ ଆସୁଥିବାରୁ ସଂକ୍ରମଣ ବୃଦ୍ଧି ପାଉଥିବା ସ୍ୱାସ୍ଥ୍ୟ ବିଭାଗର ଅଧିକାରୀମାନେ ମତ ଦେଉଛନ୍ତି ।

ଆଜି ୭୩୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୨୪ ଓ ସ୍ଥାନୀୟ ଅଞ୍ଚଳରୁ ୩୧୦ ଜଣ ଚିହ୍ନଟ ହୋଇଛନ୍ତି । ଏଥିସହ ୧୦୧ ଜଣ ୧୮ ବର୍ଷରୁ କମ୍ ବୟସର ପିଲା ସଂକ୍ରମିତ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୧ ହଜାର ୯୫୦ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୧୦ ଲକ୍ଷ ୮ ହଜାର ୨୨୬ ରହିଥିବା ବେଳେ ୫ ହଜାର ୫୨୧ ଜଣ ଚିକିତ୍ସିତ ହେଉଛନ୍ତି ।

ରାଜ୍ୟରେ ପୁଣି ବଢ଼ିଲା ସଂକ୍ରମଣ : ଚିହ୍ନଟ ହେଲେ ୭୩୪, ୧୮ବର୍ଷରୁ କମ୍ ୧୦୧ ସଂକ୍ରମିତ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking