17.1 C
Bhubaneswar
Friday, December 27, 2024
Homeଓଡିଶାଡ୍ରାଇଭରଙ୍କ ମୃତ୍ୟୁ ହେଲେ ମିଳିବ ୪ ଲକ୍ଷ, କଲ୍ୟାଣ ବୋର୍ଡ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱୀକୃତି

ଡ୍ରାଇଭରଙ୍କ ମୃତ୍ୟୁ ହେଲେ ମିଳିବ ୪ ଲକ୍ଷ, କଲ୍ୟାଣ ବୋର୍ଡ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ସ୍ୱୀକୃତି

ଭୁବନେଶ୍ୱର: ମୋଟର ଯାନ ଡ୍ରାଇଭର ଓ କର୍ମଚାରୀ କଲ୍ୟାଣ ବୋର୍ଡ ଗଠନକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏହି ଯୋଜନାକୁ କାର୍ଯ୍ୟକାରୀ କରିବା ପାଇଁ ଗଠନ ହେବାକୁ ଥିବା କଲ୍ୟାଣ ବୋର୍ଡ ପ୍ରସ୍ତାବକୁ ମଧ୍ୟ ମୁଖ୍ୟମନ୍ତ୍ରୀ ସ୍ୱୀକୃତି ପ୍ରଦାନ କରିଛନ୍ତି । ମୋଟର ଯାନ ଡ୍ରାଇଭର ଓ ଅନ୍ୟାନ୍ୟ କର୍ମଚାରୀ ମାନଙ୍କର ବୃହତ୍ତର ସ୍ୱାର୍ଥକୁ ଦୃଷ୍ଟିରେ ରଖି ଏହି କଲ୍ୟାଣ ଯୋଜନା କାର୍ଯ୍ୟକାରୀ କରାଯାଉଛି । ଏହି ଯୋଜନା କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ବେଳକୁ ପ୍ରାରମ୍ଭିକ ଭାବେ ଅନୁଦାନ ପ୍ରଦାନ କରାଯିବ । ପରବର୍ତ୍ତୀ ସମୟରେ, ବୋର୍ଡ, ପଞ୍ଜୀକରଣ ଶୁଳ୍କ ସଂଗ୍ରହ, ଯାନ ମାଲିକଙ୍କ ଅବଦାନ ଏବଂ ଅନ୍ୟାନ୍ୟ ଉତ୍ସରୁ ପାଣ୍ଠି ସଂଗ୍ରହ କରି ଏହି ଯୋଜନାକୁ ପରିଚାଳନା କରିବେ । ପ୍ରାରମ୍ଭରେ ପରିବହନ ଡ୍ରାଇଭର ଓ ଅନ୍ୟାନ୍ୟ କର୍ମଚାରୀଙ୍କ ପାଇଁ ନିମ୍ନଲିଖିତ ସୁବିଧାର ପ୍ରାବଧାନ କରାଯାଇଛି ।

ମୃତ୍ୟୁ କ୍ଷେତ୍ରରେ ମୃତ ଡ୍ରାଇଭର/ କର୍ମଚାରୀଙ୍କ ମନୋନୀତ ବ୍ୟକ୍ତିଙ୍କୁ ୪ ଲକ୍ଷ ଟଙ୍କା ପ୍ରଦାନ କରାଯିବ । ଅତି ଗଭୀର ଆଘାତ କ୍ଷେତ୍ରରେ ୮୦ ହଜାର ଟଙ୍କାର ସହାୟତା ପ୍ରଦାନ କରାଯିବ । ସ୍ଥାୟୀ ଅକ୍ଷମତା ମାମଲାରେ ମୋଟର ପରିବହନ ବ୍ରାଇଭର କିମ୍ବା କର୍ମଚାରୀଙ୍କୁ ୧ଲକ୍ଷ ପଚାଶ ହଜାର ବଙ୍କା ପ୍ରଦାନ କରାଯିବ । ସାଧାରଣ ମୃତ୍ୟୁ ମାମଲାରେ ମନୋନୀତ ବ୍ୟକ୍ତିଙ୍କୁ ୨ ଲକ୍ଷ ଟଙ୍କା ପ୍ରଦାନ କରାଯିବ । ଏହା ବ୍ୟତୀତ, ସେମାନେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା, ମଧୁ ବାବୁ ପେନସନ୍ ଯୋଜନା ଆଦିରେ ସେମାନଙ୍କୁ ଯୋଗ୍ୟତା ଅନୁଯାୟୀ ଅନ୍ତର୍ଭୁକ୍ତ କରାଯିବ । ଏହି ଯୋଜନା କାର୍ଯ୍ୟକାରୀ ହେବାଦ୍ୱାରା ୫ ଲକ୍ଷରୁ ଊର୍ଦ୍ଧ୍ୱ ମୋଟର ଯାନ ଡ୍ରାଇଭର ଓ କର୍ମଚାରୀ ଉପକୃତ ହେବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking