30.1 C
Bhubaneswar
Friday, May 3, 2024
Homeଓଡିଶାରାଜ୍ୟରେ ଆଉ ୪୦ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଆଉ ୪୦ ଜୀବନ ନେଲା ମହାମାରୀ କରୋନା

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୦ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୩୫୯୦କୁ ବୃଦ୍ଧି ପାଇଛି । ଆଜି ବରଗଡ଼ ଓ କଟକରୁ ସର୍ବାଧିକ ୫ ଜଣ ଲେଖାଏଁ, କୋରାପୁଟ, ମୟୂରଭଞ୍ଜ ଓ ରାୟଗଡ଼ାରୁ ୪ ଜଣ ଲେଖାଏଁ, ଖୋର୍ଦ୍ଧା, ଗଞ୍ଜାମ ଓ ଝାରସୁଗୁଡ଼ାରୁ ୩ ଜଣ ଲେଖାଏଁ, ବଲାଙ୍ଗିର, ପୁରୀ ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ, ଅନୁଗୁଳ, ମାଲକାନଗିରି ଓ ନୟାଗଡ଼ରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଅନ୍ୟପଟେ, ରାଜ୍ୟରେ ଆଜି ପୁଣି ୩୫୭୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୨୦୩୯ ଓ ସ୍ଥାନୀୟ ଅଞ୍ଚଳରୁ ୧୫୩୮ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୭୭ ହଜାର ୫୦୨ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୮ ଲକ୍ଷ ୩୫ ହଜାର ୧୩୨ ରହିଥିବା ବେଳେ ୩୮ ହଜାର ୭୨୭ ଜଣ ଚିକିତ୍ସିତ ହେଉଛନ୍ତି। ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୭୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳରୁ ୧୨୭, ବାଲେଶ୍ୱରରୁ ୨୦୫, ବରଗଡ଼ରୁ ୫୧, ଭଦ୍ରକରୁ ୧୮୬, ବଲାଙ୍ଗୀରରୁ ୩୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ବୌଦ୍ଧରୁ ୫୯, କଟକରୁ ୪୦୭, ଦେବଗଡ଼ରୁ ୧୨, ଢେଙ୍କାନାଳରୁ ୯୬, ଗଜପତିରୁ ୨୯, ଗଞ୍ଜାମରୁ ୨୭, ଜଗତସିଂହପୁରରୁ ୧୦୩, ଯାଜପୁରରୁ ୩୩୭, ଝାରସୁଗୁଡ଼ାରୁ ୧୩, କଳାହାଣ୍ଡିରୁ ୪୧, କନ୍ଧମାଳରୁ ୪୧, କେନ୍ଦ୍ରାପଡ଼ାରୁ ୧୪୧, କେନ୍ଦୁଝରରୁ ୬୧, କୋରାପୁଟରୁ ୫୯, ମାଲକାନଗିରିରୁ ୮୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking