26.1 C
Bhubaneswar
Wednesday, May 8, 2024
Homeଓଡିଶାବଡ଼ଖବର : ରାଜ୍ୟରେ ଆଜି ୪୦ ଜୀବନ ନେଲା ମହାମାରୀ

ବଡ଼ଖବର : ରାଜ୍ୟରେ ଆଜି ୪୦ ଜୀବନ ନେଲା ମହାମାରୀ

ଭୁବନେଶ୍ୱର : ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୦ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୨୮୩୧କୁ ବୃଦ୍ଧି ପାଇଛି । ଅନୁଗୁଳ, କଟକ, ଖୋର୍ଦ୍ଧା ଓ କଳାହାଣ୍ଡି ଜିଲ୍ଲାରୁ ସର୍ବାଧିକ ୫ ଜଣ ଲେଖାଏଁ ପ୍ରାଣ ହରାଇଛନ୍ତି । ସେହିପରି ଝାରସୁଗୁଡ଼ାରୁ ୪ ଜଣ, ବୌଦ୍ଧ ଓ ରାୟଗଡ଼ାରୁ ୩ ଜଣ ଲେଖାଏଁ, ଦେବଗଡ଼, ନବରଙ୍ଗପୁର, ସମ୍ବଲପୁରରୁ ୨ ଜଣ ଲେଖାଏଁ, ବାଲେଶ୍ୱର, ଢେଙ୍କାନାଳ, ଯାଜପୁର, ମାଲକାନଗିରିରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଅନ୍ୟପଟେ, ଆଜି ରାଜ୍ୟରୁ ୮୩୯୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୭୪୧ ଓ ସ୍ଥାନୀୟ ଅଞ୍ଚଳରୁ ୩୬୫୮ଜଣ ଚିହ୍ନଟ ହୋଇଛନ୍ତି । ଏହାଦ୍ୱାରା ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୮୨ ହଜାର ୧୩୧ରେ ପହଞ୍ଚିଛି । ରାଜ୍ୟରେ ସୁସ୍ଥ ସଂଖ୍ୟା ୬ ଲକ୍ଷ ୯୨ ହଜାର ୨୭ ରହିଥିବା ବେଳେ ୮୭ ହଜାର ୨୨୦ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୦୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡ଼ିଛି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking