32.1 C
Bhubaneswar
Thursday, March 28, 2024
Homeଓଡିଶାରାଜ୍ୟରେ ଚିହ୍ନଟ ହେଉଥିବା ଦୈନିକ ସଂକ୍ରମଣର ୪୦% କେବଳ ଭୁବନେଶ୍ୱରରୁ : ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ରାଜ୍ୟରେ ଚିହ୍ନଟ ହେଉଥିବା ଦୈନିକ ସଂକ୍ରମଣର ୪୦% କେବଳ ଭୁବନେଶ୍ୱରରୁ : ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର : ରାଜଧାନୀରେ ବଢୁଥିବା ସଂକ୍ରମଣକୁ ନେଇ ଚିନ୍ତା ପ୍ରକଟ କଲା ସ୍ୱାସ୍ଥ୍ୟ ବିଭାଗ । ରାଜ୍ୟରେ ଚିହ୍ନଟ ହେଉଥିବା ଦୈନିକ ସଂକ୍ରମଣର ୪୦ ପ୍ରତିଶତ କେବଳ ଭୁବନେଶ୍ୱରରୁ ଚିହ୍ନଟ ହେଉଥିବା କହିଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ। ପାର୍ବଣ ସମୟରେ ଗହଳି ନ କରିବା ପାଇଁ ଲୋକ ମାନଙ୍କୁ ସଚେତନ କରାଇବା ସତ୍ତ୍ୱେ ହାଟ ଓ ବଜାରରେ ପ୍ରବଳ ଭିଡ ଦେଖିବାକୁ ମିଳୁଛି ।

ଏହା ଦ୍ୱାରା ପୁଣି ଥରେ ସଂକ୍ରମଣ ବଢିବାର ସମ୍ଭାବନା ଦେଖାଯାଉଛି । ଗତକାଲି ଭୁବନେଶ୍ୱରରେ ସଂକ୍ରମଣ ଉପର ମୁହାଁ ହୋଇଥିବା ସାମ୍ନାକୁ ଆସିଛି । ମାତ୍ର ଏପରି ସ୍ଥିତିରେ ଲୋକମାନେ ସଚେତନ ହେଉ ନଥିବାରୁ କମିଶନରେଟ ପୋଲିସକୁ କଟକଣା ବଢ଼ାଇବା ପାଇଁ କୁହାଯାଇଛି । କିପରି ଲୋକମାନେ ବାହାରେ ଗହଳି ନ କରିବେ, ଭିଡ଼କୁ ରୋକି ହେବ ସେ ନେଇ ପ୍ଲାନ କରିବାକୁ କୁହାଯାଇଛି। ଟିକେ ଅବହେଳା ପୁଣି ବଡ ବିପଦ ଆଣିପାରେ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking