27.1 C
Bhubaneswar
Thursday, April 25, 2024
Homeବ୍ରେକୀଙ୍ଗଆଜି ଭୁବନେଶ୍ୱରରୁ ୪୦୯ କରୋନା ଆକ୍ରାନ୍ତ ଚିହ୍ନଟ

ଆଜି ଭୁବନେଶ୍ୱରରୁ ୪୦୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୪୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୨୪୨ ଓ ସ୍ଥାନୀୟ ଅଞ୍ଚଳରୁ ୧୬୭ଜଣ ଚିହ୍ନଟ ହୋଇଛନ୍ତି । ମୃତ୍ୟୁ ସଂଖ୍ୟା ୪୫କୁ ବୃଦ୍ଧି ପାଇଛି । ଏହାସହ ଆଜି ୩୪୪ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଭୁବନେଶ୍ୱରରେ କରୋନା ପଜିଟିଭଙ୍କ ସଂଖ୍ୟା ୧୨ ହଜାର ୮୧୨କୁ ବୃଦ୍ଧି ପାଇଛି ।

ମୋଟ ୧୨,୮୧୨ ପଜିଟିଭ ମଧ୍ୟରୁ ୪୭ ଜଣଙ୍କର ମୃତ୍ୟୁ ଘଟିଛି । ଏହା ସହ ୬୮୬୭ ଜଣ ସୁସ୍ଥ ଓ ୪୮୮୬ ଜଣ ଏବେବି ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି । ତେବେ ଆଜି ଭିଏସଏସ ନଗରରୁ ୧୦, ନୟାପଲ୍ଲୀରୁ ୭, ଚକେଇସିଆଣୀ ଓ ଦୂରଦର୍ଶନ କଲୋନୀରୁ ୫ ଜଣ ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking