27.1 C
Bhubaneswar
Wednesday, June 26, 2024
Homeଓଡିଶାଅଂଶୁଘାତରେ ଗଲାଣି ୪୧ ଜୀବନ

ଅଂଶୁଘାତରେ ଗଲାଣି ୪୧ ଜୀବନ

ଭୁବନେଶ୍ବର : ରାଜ୍ୟରେ ଏଯାବତ ଅଂଶୁଘାତରେ ୪୧ ଜଣଙ୍କ ମୃତ୍ୟୁ ହେଲାଣି । ଏପର୍ଯ୍ୟନ୍ତ ଅଂଶୁଘାତଜନିତ ମୃତ୍ୟୁ ନେଇ ୧୬୧ଟି ଅଭିଯୋଗ ଆସିଥିବା ବେଳେ ସେଥିରୁ ୪୧ ଜଣଙ୍କ ମୃତ୍ୟୁ ଅଂଶୁଘାତଜନିତ ବୋଲି ସ୍ପଷ୍ଟ ହୋଇଛି । ଆହୁରି ୭୩ଟି ଅଭିଯୋଗର ତଦନ୍ତ ଚାଲିଛି ବୋଲି ସୂଚନା ଦେଇଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର । ରାଜ୍ୟରେ ଚଳିତ ବର୍ଷ ଏଯାବତ୍ ଅଂଶୁଘାତରେ ୪୧ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱତନ୍ତ୍ର ରିଲିଫ କମିଶନର ସତ୍ୟବ୍ରତ ସାହୁ ଆଜି ଏହି ସୂଚନା ଦେଇଛନ୍ତି। ଶବ ବ୍ୟବଚ୍ଛେଦ ଓ ତଦନ୍ତ ପରେ ଜିଲ୍ଲାପାଳମାନେ ଯେଉଁ ରିପୋର୍ଟ ଦେଇଛନ୍ତି, ସେଥିରୁ ୪୧ ଜଣଙ୍କର ଅଂଶୁଘାତରେ ମୃତ୍ୟୁ ହୋଇଥିବା ସ୍ପଷ୍ଟ ହୋଇଛି। ଆଉ କିଛି ସ୍ଥାନରୁ ରିପୋର୍ଟ ଆସି ନାହିଁ। ଆହୁରି ତିନି ଚାରି ଦିନ ଖରା ହୋଇପାରେ। ତେଣୁ ଜିଲ୍ଲାପାଳମାନଙ୍କୁ ସତର୍କ ସୂଚନା ଦିଆଯାଇଛି। ତେବେ ଜୁନ୍ ୩ ତାରିଖରୁ ଏପର୍ଯ୍ୟନ୍ତ ଆଉ ଅଂଶୁଘାତ ଜନିତ ଅଭିଯୋଗ ଆସିନାହିଁ ବୋଲି ଏସ୍‌ଆରସି କହିଛନ୍ତି।ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ମନୋରମା ମହାନ୍ତି କହିଛନ୍ତି ଯେ ଉପକୂଳ ଓଡ଼ିଶାରେ ତାତି ଆହୁରି ତିନି ଚାରି ଦିନ କଲବଲ କରିବ। ସମ୍ପୂର୍ଣ୍ଣ ଓଡ଼ିଶାରେ ମୌସୁମୀ ଅଗ୍ରସର ହେବାକୁ ଆହୁରି ସମୟ ଲାଗିବ। ଆଗାମୀ ୫ ଦିନ ଯାଏଁ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି। ବରଗଡ଼, ଝାରସୁଗୁଡ଼ା ଓ ସମ୍ବଲପୁରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଜୁନ୍‌ ୧ରୁ ଆଜି ଯାଏଁ ରାଜ୍ୟରେ ୪୧% ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking