ଆଜି ରାଜ୍ୟରୁ ୪୧୮୯ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର : ରାଜ୍ୟରୁ ଆଜି ୪୧୮୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ୱାରେଣ୍ଟାଇନ୍ କେନ୍ଦ୍ରରୁ ୨୪୫୩ଚିହ୍ନଟ ହୋଇଥିବାବେଳେ ୧୭୩୬ ଲୋକାଲ କେସ୍ ବୋଲି ଜଣାପଡ଼ିଛି । ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ଲକ୍ଷ ୮୮ହଜାର ୩୧୧କୁ ବୃଦ୍ଧିପାଇଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ବର୍ତ୍ତମାନ ରାଜ୍ୟରେ ୧,୪୯,୩୭୯ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଥିବାବେଳେ ୩୮,୧୫୮ଜଣ ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ୍ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୭୧୨ ଓ କଟକରୁ ୫୮୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here