38.1 C
Bhubaneswar
Friday, April 26, 2024
Homeଓଡିଶାବଡ଼ଖବର : ରାଜ୍ୟରେ ଆଉ ୪୨ ଜୀବନ ନେଲା ମହାମାରୀ କରୋନା, ସର୍ବାଧିକ ସୁନ୍ଦରଗଡ଼

ବଡ଼ଖବର : ରାଜ୍ୟରେ ଆଉ ୪୨ ଜୀବନ ନେଲା ମହାମାରୀ କରୋନା, ସର୍ବାଧିକ ସୁନ୍ଦରଗଡ଼

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ସହ ମୃତ୍ୟୁ ସଂଖ୍ୟା ବି ବଢିବାରେ ଲାଗିଛି । ରାଜ୍ୟରେ ଗତ ୨୪ ଗଣ୍ଟା ମଧ୍ୟରେ ରେକର୍ଡ ୪୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୨,୮୭୩କୁ ବୃଦ୍ଧି ପାଇଛି । ତେବେ ସୁନ୍ଦରଗଡରୁ ଆଜି ସର୍ବାଧିକ ୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି କଟକ ଓ କଳାହାଣ୍ଡିରୁ ୪ ଜଣ ଲେଖାଏଁ, ବୌଦ୍ଧ, ଝାରସୁଗୁଡା ଓ ଖୋର୍ଦ୍ଧାରୁ ୩ ଜଣ ଲେଖାଏଁ, ଅନୁଗୁଳ, ବାଲେଶ୍ୱର, ବଲାଙ୍ଗିର, ଦେବଗଡ, ଗଜପତି, କେନ୍ଦ୍ରାପଡା, ନବରଙ୍ଗପୁର ଓ ରାୟଗଡାରୁ ୨ ଜଣ ଲେଖାଏଁ, ବରଗଡ, ଭଦ୍ରକ, ଗଞ୍ଜାମ, ପୁରୀରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଅନ୍ୟପଟେ ଆଜି ରାଜ୍ୟରେ ୮ ହଜାର ୮୩୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୪୯୪୮ ଓ ସ୍ଥାନୀୟ ଅଞ୍ଚଳରୁ ୩୮୯୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭ ଳକ୍ଷ ୯୦ ହଜାର ୯୭୦କୁ ବୃଦ୍ଧି ପାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking