ରାଜ୍ୟରେ ଆଉ ୪୩ ଜୀବନ ମହାମାରୀ କରୋନା, ସର୍ବାଧିକ ଖୋର୍ଦ୍ଧା

Outbreak of coronavirus disease (COVID-19) in Ahmedabad

ଭୁବନେଶ୍ୱର : ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୩ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୩୨୧୦କୁ ବୃଦ୍ଧି ପାଇଛି । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ଅନୁଗୁଳ, ବରଗଡ଼, କଟକ, ସୁନ୍ଦରଗଡ଼ରୁ ୪ ଜଣ ଲେଖାଏଁ, ବୌଦ୍ଧ, କଳାହାଣ୍ଡିରୁ ୩ ଜଣ ଲେଖାଏଁ, ବାଲେଶ୍ୱର, ଗଞ୍ଜାମ, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ପୁରୀ, ରାୟଗଡ଼ାରୁ ୨ ଜଣ ଲେଖାଏଁ, ଢେଙ୍କାନାଳ, କନ୍ଧମାଳ, ନୟାଗଡ଼, ସମ୍ବଲପୁରରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଆଜି ୨୪ ଘଣ୍ଟା ମଧ୍ୟରେ ୮,୨୯୯ ଜଣ କରୋନା ରୋଗୀ ସୁସ୍ଥ ହୋଇ ଫେରିଛନ୍ତି। ଆଜିର ସଂଖ୍ୟାକୁ ମିଶାଇଲେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୮,୪୨,୪୬୧ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ବର୍ତ୍ତମାନ ସୁଦ୍ଧା ସୁସ୍ଥ ହୋଇଛନ୍ତି ମୋଟ ୭,୭୨,୯୭୨ ଏବଂ ଆକ୍ଟିଭ କେସ ଅଛି ୬,୬,୨୨୬। ସେହିପରି ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩,୨୧୦କୁ ବୃଦ୍ଧି ପାଇଛି।

LEAVE A REPLY

Please enter your comment!
Please enter your name here