27.1 C
Bhubaneswar
Thursday, April 25, 2024
Homeଓଡିଶାରାଜ୍ୟରେ ପୁଣି ୪୫ ଜଣଙ୍କ ମୁଣ୍ଡ ନେଲା କରୋନା

ରାଜ୍ୟରେ ପୁଣି ୪୫ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ପଟେ ସଂକ୍ରମଣ ହାର ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଥମିବାର ନାଁ ଧରୁନି । ଗତ ୨୪ ଘଣ୍ଟାରେ ରାଜ୍ୟରେ ପୁଣି ୪୫ ଜଣଙ୍କ ମୁଣ୍ଡ ନେଇଛି କରୋନା ମହାମାରୀ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧତ୍କ ୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଟକରୁ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିଭୂଳି ଅନୁଗୁଳ, ଭଦ୍ରକ ଓ ଢେଙ୍କାନାଳରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ରିପୋର୍ଟ କହୁଛି ।

ଜଗତସିଂହପୁର, ସୁନ୍ଦରଗଡ଼ ଓ ପୁରୀରୁ ମଧ୍ୟ ୩ ଜଣ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ବରଣ କରିଛନ୍ତି । ବାଲେଶ୍ୱର, ବରଗଡ଼ ଓ ଯାଜପୁରରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କେନ୍ଦ୍ରାପଡ଼ା, କେନ୍ଦୁଝର ଓ ମୟୂରଭଞ୍ଜରୁ ମଧ୍ୟ ୨ ଜଣ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ବରଣ କରିଛନ୍ତି । ସେହିଭଳି ଗଜପତି, ଝାରସୁଗୁଡ଼ା, କଳାହାଣ୍ଡି, ନୟାଗଡ଼ ଓ ନୂଆପଡ଼ାରୁ ଜଣେ ଲେଖାଏଁ ମୃତ୍ୟୁ ହୋଇଥିବା ବେଳେ ରାଜ୍ୟରେ ଏବେ ସୁଦ୍ଧା ମୋଟ ମୃତକଙ୍କ ସଂଖ୍ୟା ୩ ହଜାର ୩୦୨କୁ ବୃଦ୍ଧି ପାଇଛି । ଅନ୍ୟପଟେ ଆଜି ଗୋଟିଏ ଦିନରେ ରାଜ୍ୟରେ ୪ ହଜାର ୪୬୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୨୫୪୬ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୫୪୬ ଜଣ ଲୋକାଲ କଣ୍ଟାକ୍ଟସରୁ ଚିହ୍ନଟ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking