26.1 C
Bhubaneswar
Friday, March 29, 2024
Homeଓଡିଶାରାଜ୍ୟରେ ଥମୁନି କରୋନା ମୃତ୍ୟୁ : ଆଜି ଆଉ ୪୫ଜୀବନ ନେଲା ମହାମାରୀ କରୋନା, ସର୍ବାଧିକ...

ରାଜ୍ୟରେ ଥମୁନି କରୋନା ମୃତ୍ୟୁ : ଆଜି ଆଉ ୪୫ଜୀବନ ନେଲା ମହାମାରୀ କରୋନା, ସର୍ବାଧିକ ଖୋର୍ଦ୍ଧା

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇଥିବା ବେଳେ ମୃତ୍ୟୁସଂଖ୍ୟା ନିୟନ୍ତ୍ରଣକୁ ଆସିନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୪୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୪୦୬୩କୁ ବୃଦ୍ଧି ପାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ନୟାଗଡ଼ ଓ ପୁରୀରୁ ୫ ଜଣ ଲେଖାଏଁ, କେନ୍ଦୁଝର ଓ ଗଞ୍ଜାମରୁ ୪ ଜଣ ଲେଖାଏଁ, ବରଗଡ଼ ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ଅନୁଗୁଳ, ସମ୍ବଲପୁର ଓ କଟକଣୁ ୨ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହା ସହ ବାଲେଶ୍ୱର, ଢେଙ୍କାନାଳ, ଯାଜପୁର, ଝାରସୁଗୁଡା, ମୟୂରଭଞ୍ଜ ଓ ନବରଙ୍ଗପୁରରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଅନ୍ୟପଟେ, ରାଜ୍ୟରେ ଆଜି ପୁଣି ୩୦୮୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୭୭୫ ଓ ସ୍ଥାନୀୟ ଅଞ୍ଚଳରୁ ୧୩୧୨ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୧୨ ହଜାର ୮୮୭ରେ ପହଞ୍ଚିଛି। ରାଜ୍ୟରେ ସୁସ୍ଥ ସଂଖ୍ୟା ୮ ଲକ୍ଷ ୭୭ ହଜାର ୫୪୦ ରହିଥିବା ବେଳେ ୩୧ ହଜାର ୨୩୧ ଜଣ ଚିକିତ୍ସିତ ହେଉଛନ୍ତି । ତେବେ ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୮୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । କଟକରୁ ୪୬୨ ଅନୁଗୁଳରୁ ୭୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୪୬, ବରଗଡ଼ରୁ ୩୬, ଭଦ୍ରକରୁ ୧୪୫, ବଲାଙ୍ଗିରରୁ ୨୧, ବୌଦ୍ଧରୁ ୩୫, ଦେବଗଡ଼ରୁ ୩, ଢେଙ୍କାନାଳରୁ ୯୫, ଗଜପତିରୁ ୧୬,ଗଞ୍ଜାମରୁ ୨୨, ଜଗତସିଂହପୁରରୁ ୬୦, ଯାଜପୁରରୁ ୨୦୫, ଝାରସୁଗୁଡ଼ାରୁ ୫, କଳାହାଣ୍ଡିରୁ ୧୭, କନ୍ଧମାଳରୁ ୨୮, କେନ୍ଦ୍ରାପଡ଼ାରୁ ୭୦ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିଭଳି କେନ୍ଦୁଝରରୁ ୭୨, କୋରାପୁଟରୁ ୭୭, ମାଲକାନଗିରିରୁ ୮୪, ମୟୂରଭଞ୍ଜରୁ ୧୫୪, ନବରଙ୍ଗପୁରରୁ ୩୫, ନୟାଗଡ଼ରୁ ୧୧୦, ନୂଆପଡ଼ାରୁ ୬, ପୁରୀରୁ ୧୮୯, ରାୟଗଡ଼ାରୁ ୨୧, ସମ୍ବଲପୁରରୁ ୩୧, ସୋନପୁରରୁ ୨୪, ସୁନ୍ଦରଗଡ଼ରୁ ୫୯ ଓ ଷ୍ଟେଟପୁଲରୁ ୯୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking