22.1 C
Bhubaneswar
Sunday, January 23, 2022
Homeଓଡିଶାରାଜ୍ୟରେ ଆଉ ୪୬ ଜୀବନ ନେଲା ମହାମାରୀ କରୋନା, ସର୍ବାଧିକ ଖୋର୍ଦ୍ଧା

ରାଜ୍ୟରେ ଆଉ ୪୬ ଜୀବନ ନେଲା ମହାମାରୀ କରୋନା, ସର୍ବାଧିକ ଖୋର୍ଦ୍ଧା

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ଆୟତ୍ତକୁ ଆସିଯାଇଥିବା ବେଳେ ମୃତ୍ୟୁର କିନ୍ତୁ ଲଗାମ୍ ନାହିଁ । ଲକଡାଉନ୍, ସଟଡାଉନ୍ ପରି କଟକଣା ପରେ ବି ଲାଗିପାରୁନାହିଁ ମୃତ୍ୟୁସଂଖ୍ୟାରେ ରୋକ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୬ ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୪୧୦୯କୁ ବୃଦ୍ଧି ପାଇଛି । ଖୋର୍ଦ୍ଧାରୁ ସର୍ବାଧିକ ୯ ଜଣ ମୃତ୍ୟୁବରଣ କରିଛନ୍ତି । ଅନୁଗୁଳରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ବାଲେଶ୍ୱରରୁ ଜଣେ, ବରଗଡ଼ରୁ ଜଣେ, ଭୁବନେଶ୍ୱରରୁ ୫ ଜଣ, କଟକରୁ ୩ ଜଣ, ଢେଙ୍କାନାଳରୁ ୩ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ଜଣେ, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ଜଣେ ପ୍ରାଣ ହରାଇଛନ୍ତି। ସେହିଭଳି କେନ୍ଦ୍ରାପଡ଼ାରୁ ୩ , କେନ୍ଦୁଝରରୁ ଜଣେ, କୋରାପୁଟରୁ ଜଣେ, ମୟୂରଭଞ୍ଜରୁ ଜଣେ, ନୟାଗଡ଼ରୁ ୪ ଜଣ, ପୁରୀରୁ ୪ ଜଣ, ସମ୍ବଲପୁରରୁ ୩ ଜଣ, ସୁବର୍ଣ୍ଣପୁରରୁ ଜଣେ, ସୁନ୍ଦରଗଡ଼ରୁ ୪ ଜଣ କୋଭିଡ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି ।

ଅନ୍ୟପଟେ, ରାଜ୍ୟରେ ଆଜି ପୁଣି ୩୨୨୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସଙ୍ଗରୋଧରୁ ୧୮୩୮ ଓ ସ୍ଥାନୀୟ ଅଞ୍ଚଳରୁ ୧୩୮୪ ଜଣ ଚିହ୍ନଟ ହୋଇଛନ୍ତି ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୧୬ ହଜାର ୧୦୯ରେ ପହଞ୍ଚିଛି। ରାଜ୍ୟରେ ସୁସ୍ଥ ସଂଖ୍ୟା ୮ ଲକ୍ଷ ୮୦ ହଜାର ୯୯୭ ରହିଥିବା ବେଳେ ୩୦ ହଜାର ୯୫୦ ଜଣ ଚିକିତ୍ସିତ ହେଉଛନ୍ତି । କଟକ ଜିଲ୍ଲାରୁ ସର୍ବାଧିକ ୯୧୯ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୪୨୨ ଜଣଙ୍କ ନମୁନା ପଜିଟିଭ୍ ଆସିଛି । ଅନୁଗୁଳରୁ ୯୧ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୦୮, ବରଗଡ଼ରୁ ୨୪, ଭଦ୍ରକରୁ ୧୪୧, ବଲାଙ୍ଗିରରୁ ୨୨, ବୌଦ୍ଧରୁ ୧୬, ଦେବଗଡ଼ରୁ ୭, ଢେଙ୍କାନାଳରୁ ୪୧, ଗଜପତିରୁ ୯, ଗଞ୍ଜାମରୁ ୨୪, ଜଗତସିଂହପୁରରୁ ୨୧୨, ଯାଜପୁରରୁ ୧୯୦, ଝାରସୁଗୁଡ଼ାରୁ ୯, କଳାହାଣ୍ଡିରୁ ୨୫, କନ୍ଧମାଳରୁ ୨୫, କେନ୍ଦ୍ରାପଡ଼ାରୁ ୧୭୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିଭଳି କେନ୍ଦୁଝରରୁ ୬୪, କୋରାପୁଟରୁ ୫୩, ମାଲକାନଗିରିରୁ ୬୬, ମୟୂରଭଞ୍ଜରୁ ୧୯୫, ନବରଙ୍ଗପୁରରୁ ୨୩, ନୟାଗଡ଼ରୁ ୧୧୪, ନୂଆପଡ଼ାରୁ ୧୬, ପୁରୀରୁ ୧୮୮, ରାୟଗଡ଼ାରୁ ୬୧, ସମ୍ବଲପୁରରୁ ୩୧, ସୋନପୁରରୁ ୧୨, ସୁନ୍ଦରଗଡ଼ରୁ ୬୬ ଓ ଷ୍ଟେଟପୁଲରୁ ୬୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking